ଶିକ୍ଷକ ନିଯୁକ୍ତିରେ ରେକର୍ଡ: ଆଉ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ, ଏପ୍ରିଲ ୨୨ସୁଦ୍ଧା ନିଯୁକ୍ତି

ଭୁବନେଶ୍ୱର: ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର ୫-ଟି ରୂପାନ୍ତର କାର୍ୟ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ସୂଚନାଯୋଗ୍ୟ ଯେ ନିକଟରେ ଗୋଟିଏ ଦିନରେ ୬୧୩୧ ଜଣ ଶିକ୍ଷକକୁ ନିଯୁକ୍ତି ଦିଆଯାଇଥିଲା । ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪୬୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡା ଶିକ୍ଷକ ପଦବୀ ପୂରଣ ନିମନ୍ତେ ଅଗଷ୍ଟ ୧୩ରେ ଏବଂ ଦ୍ବିତୀୟ ପର୍ଯ୍ୟାୟରେ ୬୭୨୦ ଜଣ ଟିଜିଟି କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ବିଜ୍ଞାପନ ପ୍ରକାଶିତ ହୋଇଥିଲା ।

prayash

ଶିକ୍ଷକତା ପାଇଁ ଆବଶ୍ୟକ ସଂଖ୍ୟକ ପ୍ରାର୍ଥୀ ମିଳୁ ନ ଥିବାରୁ ଯେପରି ଅଧିକ ସଂଖ୍ୟକ ପ୍ରାର୍ଥୀ ଅଂଶଗ୍ରହଣ କରିପାରିବେ ତାକୁ ଦୃଷ୍ଟିରେ ରଖି ପରୀକ୍ଷା ଓ ନିଯୁକ୍ତି ନିୟମାବଳୀରେ ସଂଶୋଧନ କରାଯାଇଛି। ଏହାସହିତ ବର୍ଦ୍ଧିତ ଛାତ୍ରଛାତ୍ରୀଙ୍କ ସଂଖ୍ୟା ଦୃଷ୍ଟିରୁ ଅଧିକ ୩୪୬୨ଟି ଶିକ୍ଷକ ପଦବୀ ମଧ୍ୟ ମଞ୍ଜୁର କରାଯାଇଛି। ଏବେ ଖାଲି ପଦବୀ ତଥା ନୂତନ ମଞ୍ଜୁରୀପ୍ରାପ୍ତ ପଦବୀକୁ ମିଶାଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି। ଅପ୍ରେଲ ୨୦୨୨ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷ କରି ବିଦ୍ୟାଳୟ ମାନଙ୍କରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି ।
୪ ମାସ ମଧ୍ୟରେ ଦୁଇଟି ପର୍ୟ୍ୟାୟରେ ଏତେ ସଂଖ୍ୟକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସୂଚାରୁରୂପେ ଶେଷ କରିବା ତଥା ଆଉ ଏକ ପର୍ୟ୍ୟାୟ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ, ଶିକ୍ଷା କ୍ଷେତ୍ରରେ ରୂପାନ୍ତର ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି।

kalyan agarbati

Comments are closed.