www.samajalive.in
Thursday, December 11, 2025
15.1 C
Bhubaneswar

କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର : ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା।  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ ।
ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କା ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories