www.samajalive.in
Friday, December 5, 2025
23.1 C
Bhubaneswar

ଫେବୃଆରୀରେ ମିଳିତ ଆନ୍ଦୋଳନକୁ ଓହ୍ଲାଇବ ଓଷ୍ଟା

ଭୁବନେଶ୍ବର : ବିଭିନ୍ନ ସମସ୍ୟା ନେଇ ହଜାର ହଜାର ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟଙ୍କ ସହ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ  ଆଗାମୀ ଫେବୃଆରୀ ମାସ ପ୍ରଥମ ସପ୍ତାହରେ ରାଜଧାନୀର ରାଜରାସ୍ତାକୁ ଓହ୍ଲାଇବ। ଏନେଇ ଏକ ପ୍ରେସ୍ ବିବୃତି ମାଧ୍ୟମରେ ଓଷ୍ଟାର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ ସୂଚନା ଦେଇଛନ୍ତି। ଅବସର ନେଉଥିବା ଶିକ୍ଷକଙ୍କୁ ପେନସନ୍ ପ୍ରଦାନ, ଅବସରକାଳୀନ ସୁବିଧା, ଚାକିରି ସର୍ତ୍ତାବଳୀ, ସପ୍ତମ ବେତନ ଓ ନୂତନ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ ଇତ୍ୟାଦି ଦାବିକୁ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ପାଳନ ନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଶିକ୍ଷକଙ୍କ ପ୍ରତି ଏ ଅବିଚାର କାହିଁକି ବୋଲି ଶ୍ରୀ ଦାଶ ପ୍ରଶ୍ନ କରିଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ଯଦି ସରକାର ଦେଇଥିବା ପ୍ରତିଶ୍ରୁତି ପାଳନ ନକରନ୍ତି , ତାହାହେଲେ ଫେବୃଆରୀ ମାସ ପ୍ରଥମ ସପ୍ତାହରେ ଓଷ୍ଟା ମିଳିତ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦିଆଯାଇଛି।

ହଜାର ହଜାର ସଂଖ୍ୟାରେ ଶିକ୍ଷକ-ଶିକ୍ଷୟିତ୍ରୀ ଓ ଶିକ୍ଷା କର୍ମଚାରୀଙ୍କ ସହିତ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ, ସଭ୍ୟା, ଅଭିଭାବକ, ପୁରାତନ ଛାତ୍ରଙ୍କୁ ନେଇ ଏକ ମହାସମାବେଶ ଭୁବନେଶ୍ବର ଗାନ୍ଧିମାର୍ଗରେ କରାଯିବ।  ଶିକ୍ଷକମାନେ ଅହୋରାତ୍ର ଧାରଣାରେ ବସିରହିବେ। ଅନୁଦାନରୁ ବଞ୍ଚିତ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ସପ୍ତମ ବେତନରୁ ବଞ୍ଚିତ ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ, ଅବସର ପରେ ପେନସନ୍ ପାଉନଥିବା ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପେନସନ୍ ଅବସର ବୟସ ସୀମା ୬୦ରୁ ୬୨ ବର୍ଷ ବୃଦ୍ଧି କରିବା ଭଳି ବିଭିନ୍ନ ଦାବି ପୂରଣ ନହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଚାଲୁ ରହିବ ବୋଲି ଓଷ୍ଟା ପକ୍ଷରୁ ସୂଚନା ମିଳିଛି।

Hot this week

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

Related Articles

Popular Categories