www.samajalive.in
Saturday, December 6, 2025
16.1 C
Bhubaneswar

୧୬‌ରେ କମ୍ପିବ ଗାନ୍ଧୀମାର୍ଗ : ଆନ୍ଦୋଳନ ପାଇଁ ଶିକ୍ଷକ ସଙ୍ଗଠନ ସଜବାଜ

ଭୁବନେଶ୍ବର : ଆସନ୍ତା ୧୬ ତାରିଖରେ ରାଜଧାନୀର ଗାନ୍ଧୀମାର୍ଗ କମ୍ପିବ। ଦାବି ହାସଲ ପାଇଁ ଆନ୍ଦୋଳନ କରିବେ ବହୁ ଶିକ୍ଷକ ସଂଗଠନ। ଏହା ପୂର୍ବରୁ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କମିଟି ବୈଠକ ସୋମବାର ଡକାଯାଇଛି। ସେହିପରି ଅଗଷ୍ଟ ୧୨ ତାରିଖରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିକାରୀଙ୍କ ସହ କେତେକ ଶିକ୍ଷକ ସଂଗଠନର ପ୍ରତିନିଧିଙ୍କ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁଯାୟୀ, ଅଗଷ୍ଟ ୧୬ରେ ୪୮୮ବର୍ଗ ସମନ୍ୱୟ ସମିତି ପକ୍ଷରୁ ଆନ୍ଦୋଳନ କରାଯିବ। ଶିକ୍ଷକ-ଅଣଶିକ୍ଷକ କର୍ମଚାରୀଙ୍କ ପାଇଁ ପୁରୁଣା ପେନସନ, ପଦୋନ୍ନତି ସହିତ ଚାକିରି ସର୍ଭାବଳୀ ଭଳି ଦାବି ପୂରଣ ଦିଗରେ ସରକାରଙ୍କ ନିରବତା ପ୍ରତିବାଦରେ ଏହି ଆନ୍ଦୋଳନ ହେବ। ସେହିପରି ୨୦୦୮ରୁ ୨୦୧୮ ମଧ୍ୟରେ ପରିଚାଳନା କମିଟି ଦ୍ବାରା ନିଯୁକ୍ତ ଅଧ୍ୟାପକ ଓ କର୍ମଚାରୀଙ୍କୁ ସରକାରୀ ଅନୁଦାନ ପରିସରଭୁକ୍ତ କରିବା ଦାବିରେ ୧୬ ତାରିଖରେ ଓଡ଼ିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯିବ। ଏହାସହ ପେନସନ ଓ ଚାକିରି ସର୍ତ୍ତାବଳୀ ଦାବିରେ ୧୬ରେ ଆନ୍ଦୋଳନ କରିବ ୬୬୨ ବର୍ଗ କଲେଜ ସଂଘ। ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଅଗଷ୍ଟ ୧୬ ତାରିଖରେ ଭୁବନେଶ୍ବରରେ ବିଶାଳ ସମାବେଶ ହେବାର କାର୍ଯ୍ୟକ୍ରମ ରହିଛି। ଏହାବାଦ୍ ଆହୁରି କିଛି ଶିକ୍ଷକ ସଂଗଠନ ୧୬ ତାରିଖରେ ଭୁବନେଶ୍ବର ଗାନ୍ଧୀମାର୍ଗରେ ଆନ୍ଦୋଳନ ପାଇଁ ପ୍ରସ୍ତୁତି କରିଛନ୍ତି। ଅନ୍ୟପକ୍ଷରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କମିଟି ବୈଠକ ସୋମବାର ବସିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ଇସ୍ପାତ ଏବଂ ଖଣି ବିଭାଗର ସମ୍ମିଳନୀ କକ୍ଷରେ ଏହି ବୈଠକ ବସିବ ବୋଲି ଜଣାପଡ଼ିଛି। ବୈଠକରେ ବିଭିନ୍ନ ଶିକ୍ଷକ ସଂଗଠନର ଦାବିଗୁଡ଼ିକ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories