www.samajalive.in
Saturday, December 6, 2025
16.1 C
Bhubaneswar

ସମସ୍ୟା ସମାଧାନ ନିମନ୍ତେ ସରକାରଙ୍କ ସାମାନ୍ୟତମ ସମବେଦନା ନାହିଁ: ଓଷ୍ଟା

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)ର ଆହ୍ୱାନରେ ୫ଦିନ ହେଲାଣି ଗାନ୍ଧୀମାର୍ଗରେ ହଜାର ହଜାର ଶିକ୍ଷକ-ଶିକ୍ଷୟତ୍ରୀ ମାନେ ଧାରଣା ଦେଇଛନ୍ତି। ଅଥଚ ସରକାର ସେମାନଙ୍କ ସମସ୍ୟା ପ୍ରତି ସମାନ୍ୟତମ ସମ୍ବେଦନଶୀଳ ନୁହଁନ୍ତି ବୋଲି ଓଷ୍ଟାର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି। ସଂଘ କହିଛି ଯେ ସରକାର ଚାହୁଁନାହାଁନ୍ତି ଏ ରାଜ୍ୟରେ ପାଠପଢା ସୁରୁଖୁରୁରେ ଚାଲୁ। ସ୍କୁଲ ବନ୍ଦ ନକରି ଶାନ୍ତି ପୂର୍ଣ୍ଣ ଭାବରେ ଆନ୍ଦୋଳନ ଚାଲିଛି। ହେଲେ ସରକାର ଶିକ୍ଷକଙ୍କ ଦାବି ପୂରଣ କ୍ଷେତ୍ରରେ କିଛି ପଦକ୍ଷେପ ନେଉନାହାଁନ୍ତି। ମୁଖ୍ୟମନ୍ତ୍ରୀ ଏଥିରେ ତୁରନ୍ତ ହସ୍ପକ୍ଷେପ କରି ସମାଧାନ କରିବାକୁ ଦାବି କରିଛି ସଂଘ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories