www.samajalive.in
Sunday, December 14, 2025
23.1 C
Bhubaneswar

ଶିକ୍ଷକଙ୍କ ମାଡରେ ୨୦ ବିଦ୍ୟାର୍ଥୀ ରକ୍ତାକ୍ତ ଘଟଣା ; ମାତାଲ ଶିକ୍ଷକ ନିଳମ୍ବିତ

ମୋହନା :  ଗଜପତି ଜିଲ୍ଲା ଅଡବା ଥାନା ଅନ୍ତର୍ଗତ ଗୁଲୁବା ପଞ୍ଚାୟତ ଅଧିନ ଲୁଧିଗୁଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗଦୀଶ ବେହେରା ମଦ୍ୟପାନ କରି ମାତାଲ ଅବସ୍ଥାରେ ଅନ୍ୟ ଏକ ବିଦ୍ୟାଳୟ ଡେଙ୍ଗାସଖାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇ ବିନା କାରଣରେ ୨୦ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀଙ୍କୁ ୨ଟି ବାଉଁଶ ବାଡିରେ ଆଖିବୁଜା ମାଡ ମାରି ଲହୁ ଲୁହାଣ କରିଥିଲେ । ଏହି ସମୟରେ କିଛି ଶିକ୍ଷକ ବୁଝାସୁଝା କରିବାକୁ ଆସିଥିବା ବେଳେ ସେମାନଙ୍କୁ ମଧ୍ୟ ମାଡ ମାରିଥିଲେ। ପିଲାମାନଙ୍କର ଅବିଭାବକ ମାନେ ଏହି ଘଟଣା ଜାଣିବା ପରେ ସେଠାରୁ ପିଲା ମାନଙ୍କୁ ଉଦ୍ଧାର କରି ୨ଟି ଅଟୋରେ ନେଇ ଆସି ଅଡବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ପିଲାମାନଙ୍କର ଗୋଡ, ହାତ,ଛାତି ଓ ମୁଣ୍ଡରେ ଆଘାତ ଲାଗିଛି । ଖବର ପାଇ ମୋହନା ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବଦାସ ତାମରାପୁ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଛାତ୍ରଛାତ୍ରୀ ମାନଙ୍କଠାରୁ ସମସ୍ତ ବୟାନ ନେଇଥିଲେ । ମଦ୍ୟପ ଶିକ୍ଷକ ବେହେରାଙ୍କ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଦୃଢ ପ୍ରତିଶୃତି ମଧ୍ୟ ଦେଇଥିଲେ।
ଏହି ପରିପେକ୍ଷୀରେ ଶୁକ୍ରବାର ଦିନ ଶିକ୍ଷକ ଶ୍ରୀ ବେହେରାଙ୍କୁ କାର୍ଯ୍ୟରୁ ନିଲମ୍ବନ କାରାଯାଇଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ (ବିଇଓ) ସୂଚନା ଦେଇଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories