www.samajalive.in
Saturday, December 6, 2025
19.1 C
Bhubaneswar

ଗୁରୁ ଦିବସ ଓ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‍

ଗୁରୁ ଦିବସକୁ ଆଉ ମାତ୍ର ଦୁଇଟା ଦିନ ବାକି। ଏହି ପିବତ୍ର ଦିନ ଆମକୁ ମନେପକାଇ ଦେଇଥାଏ ଜୀବନରେ ଗୁରୁଙ୍କ ଅବଦାନ ଓ ମହତ୍ତ୍ୱ ବିଷୟରେ। ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଆମେ ପ୍ରତିବର୍ଷ ଗୁରୁଦିବସ ଭାବେ ପାଳନ କରିଥାଉ। ଜଣେ ଦାର୍ଶିନିକ ତଥା ଜଣେ କୁଶଳୀ ରାଷ୍ଟ୍ରନୀତିଜ୍ଞ ଓ ଜଣେ ଆଦର୍ଶ ଶିକ୍ଷକ ଭାବରେ ରାଧାକ୍ରିଷ୍ଣନ ବେଶ୍ ପରଚିତ। ତେବେ ରାଧାକ୍ରିଷ୍ଣନଙ୍କ ଜନ୍ମଦିନରେ କାହିଁକି ପାଳନ ହୋଇଥାଏ ଗୁରୁଦିବସ? ତେବେ ଆସନ୍ତୁ ଜାଣିବା ରାଧାକ୍ରିଷ୍ଣନ୍‍ଙ୍କ ଜନ୍ମଦିନ ସହ ଗୁରୁଦିବସର କ’ଣ ସମ୍ପର୍କ ଓ ରାଧାକ୍ରିଷ୍ଣନ୍‍ଙ୍କ ବିଷୟରେ କିଛି ଗୁରୁତ୍ୱପୂର୍ଣ୍ଣ କଥା-

ସର୍ବପଲ୍ଲୀ ରାଧାକ୍ରିଷ୍ଣନ ଭାରତର ରାଷ୍ଟ୍ରପତି ଥିବା ସମୟରେ ବହୁ ଛାତ୍ରଛାତ୍ରୀ ଓ ବନ୍ଧୁମାନେ ତାଙ୍କର ଜନ୍ମଦିନ ପାଳନ କରିବାକୁ କହିଥିଲେ। ଏହାକୁ ନେଇ ସେ କହିଥିଲେ, “ତୁମେମାନେ ମୋ ଜନ୍ମଦିନ ପାଳନ କରିବା ଅପେକ୍ଷା, ଯଦି ଏହି ଦିନ ଗୁରୁମାନଙ୍କ ଦିବସ ଭାବରେ ପାଳନ କରିବ ତାହା ମୋ ପାଇଁ ସମ୍ମାନର ପରିଚୟ ହେବ”। ସେହିଦିନଠାରୁ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ ଗୁରୁଦିବସ ଭାବରେ ସାରାଦେଶରେ ପାଳନ ହୋଇଆସୁଛି।

- Advertisement -

ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ବାଲ୍ୟ ଜୀବନ

୧୮୮୮ ମସିହା ସେପ୍ଟେମ୍ବର ୫ ତାରିଖରେ ତାମିଲନାଡୁ ମାଡ୍ରାସର ତିରୁତ୍ତଣି ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ସର୍ବପଲ୍ଲୀ ରାଧାକ୍ରିଷ୍ଣନ। ତାଙ୍କ ପିତାଙ୍କ ନାମ ଥିଲା ସର୍ବପଲ୍ଲୀ ଭୀରାସ୍ୱାମୀ ଆଉ ମାତାଙ୍କ ନାମ ଥିଲା ସର୍ବପଲ୍ଲୀ ସୀତାମା। ତାଙ୍କର ବାଲ୍ୟଜୀବନ ମୁଖ୍ୟତଃ ତିରୁତ୍ତଣିରେ କଟିଥିଲା। ତାଙ୍କ ପିତା ସ୍ଥାନୀୟ ଜମିଦାରଙ୍କ ପାଖରେ ଅଧସ୍ତନ କର୍ମଚାରୀ ଭାବରେ କାମ କରୁଥିଲେ। ତାଙ୍କର ପ୍ରାଥମିକ ଶିକ୍ଷା କେ.ଭି ହାଇସ୍କୁଲରେ ହୋଇଥିଲା।

ଏହାପରେ ୧୮୯୬ ମସିହାରେ ସେ ତିରୁପତି ଚାଲିଆସିଥିଲେ ଓ ସେଠାରେ ନିଜର ଉଚ୍ଚଶିକ୍ଷା କରିଥିଲେ। ରାଧାକ୍ରିଷ୍ଣନ ଜଣେ ମେଧାବୀ ଛାତ୍ର ଥିଲେ। ୧୭ ବର୍ଷ ବୟସରେ ମାଡ୍ରାସର ଖ୍ରୀଷ୍ଟିୟାନ୍ କଲେଜରେ ନାମ ଲେଖାଇଥିଲେ। ସେଠାରୁ ସେ ୧୯୦୬ ମସିହାରେ ଗ୍ରାଜୁଏଟ୍ ହୋଇଥିଲେ। ଗ୍ରାଜୁଏଟ୍ ହେବାପରେ ଅଧ୍ୟାପକ ଭାବରେ କାମ କରିଥିଲେ। ୧୯୩୧ରୁ ୧୯୩୬ ମସିହା ପର୍ୟ୍ୟନ୍ତ ସେ ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟର କୁଳପତି ମଧ୍ୟ ରହିଥିଲେ। ମାତ୍ର ୧୬ ବର୍ଷ ବୟସରେ ପରିବାର ଲୋକେ ରାଧାକ୍ରିଷ୍ଣନ୍‌ଙ୍କୁ ଶିବକାମୁଙ୍କ ସହ ବିବାହ କରାଇଦେଇଥିଲେ। ରାଧାକ୍ରିଷ୍ଣନଙ୍କ ୬ ସନ୍ତାନ ଥିଲେ।

ରାଜନୈତିକ ଜୀବନ

ଅଧ୍ୟାପକ ରହିସାରିବା ପରେ ରାଧାକ୍ରିଷ୍ଣନ୍‌ ରାଜନୀତିରେ ପ୍ରବେଶ କରିଥିଲେ। ଭାରତ ସ୍ୱାଧୀନ ହେବାପରେ ସେ ୟୁନେସ୍କୋରେ ଭାରତର ପ୍ରତିନିଧି ହୋଇଥିଲେ। ଏହାପରେ ସେ ସୋଭିଏତ୍ ସଂଘରେ ଭାରତର ଆମ୍ବାସାଡାର ନିଯୁକ୍ତ ହୋଇଥିଲେ। ୧୯୪୯ରୁ ୧୯୫୨ ମସିହା ମଧ୍ୟରେ ସେ ସମ୍ବିଧାନ ପ୍ରଣୟନ ସଭାର ସଦସ୍ୟ ମଧ୍ୟ ରହିଥିଲେ।

ଏହାପରେ ସ୍ୱାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ଭାବରେ ଶପଥ ନେଇଥିଲେ ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌। ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ପରେ ସେ ସ୍ୱାଧୀନ ଭାରତର ଦ୍ୱିତୀୟ ରାଷ୍ଟ୍ରପତି ହୋଇଥିଲେ।

୧୯୫୪ ମସିହାରେ ରାଧାକ୍ରିଷ୍ଣନ୍‌ଙ୍କୁ ଭାରତରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା। ୧୯୭୫ ମସିହା ଏପ୍ରିଲ ୧୭ ତାରିଖରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା।

 

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories