www.samajalive.in
Saturday, December 6, 2025
19.1 C
Bhubaneswar

ଢେଙ୍କିକୋଟ ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ

ପାଟଣା: ଢେଙ୍କିକୋଟ ପୁରାତନ ସତ୍ୟନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳନ କାର୍ୟ୍ୟକ୍ରମ ଛାତ୍ରଛାତ୍ରୀଙ୍କ ବିନା ଉପସ୍ଥିତିରେ ପାଳନ କରାଯାଇଛି। ଏହି ଅବସରରେ ପ୍ରଧାନ ଶିକ୍ଷକଙ୍କ ସହ ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀମାନେ ଦେଶର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିଥିଲେ। ପ୍ରଧାନ ଶିକ୍ଷକ ଫକୀର ଚରଣ ସାହୁଙ୍କ ସହ ଶିକ୍ଷୟତ୍ରୀ ମଧୁସ୍ମିତା ଚକ୍ର,ଦିପ୍ତିଶୋଭା ବେହେରା,ତୃପ୍ତି ମଞ୍ଜରୀ ନାୟକ, ଶିକ୍ଷକ ଚନ୍ଦ୍ର ଶେଖର ମଲ୍ଲିକ, ଭୀମସେନ ମହାନ୍ତ, ମଦନ ମହାନ୍ତ ଓ ଦୀନବନ୍ଧୁ ପଣ୍ଡା ପ୍ରମୁଖ କାର୍ୟ୍ୟକ୍ରମରେ ଉପସ୍ଥିତ ରହି ଅଧ୍ୟାପନା କ୍ଷେତ୍ରରୁ ଦେଶର ମହାମହିମ ରାଷ୍ଟ୍ରପତି ପଦ ଅଳଙ୍କୃତ କରିଥିବା ଡ଼କ୍ଟର ରାଧାକ୍ରିଷ୍ଣନଙ୍କ ପ୍ରେରଣାରେ ଗୁରୁଦିବସ ପାଳନ କରାଯିବା ଘଟଣାର ସ୍ମୃତିଚାରଣ କରିଥିଲେ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories