www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରୋହିତ ବାହିନୀ

ସମାଜ ଡିଜିଟାଲ ଡେସ୍କ: ଟି-୨୦ ବିଶ୍ଵକପ ଜିତି ସ୍ଵଦେଶ ଫେରିଥିବା ରୋହିତ ବାହିନୀ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ପୂର୍ବାହ୍ନ ୧୧ଟାରେ ବିସିସିଆଇ ସମ୍ପାଦକ ଜୟ ଶାହ, ସଭାପତି ରୋଜର ବିନି, ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା, ବିରାଟ କୋହଲି, ହାର୍ଦିକ ପାଣ୍ଡ୍ୟା, ସୂର୍ଯ୍ୟକୁମାର ଯାଦବଙ୍କ ସହିତ ଚାମ୍ପିୟନ ଦଳର ସମସ୍ତ ଖେଳାଳି ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇ ତାଙ୍କୁ ସାକ୍ଷାତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କ ସହିତ ବାର୍ତ୍ତାଳାପ କରିଥିଲେ।

ଗୁରୁବାର ସକାଳେ ଖେଳାଳିମାନେ ଦିଲ୍ଲୀରେ ପହଞ୍ଚିବା ପରେ ହୋଟେଲ ଆଇଟିସି ମୌର୍ଯ୍ୟକୁ ଯାଇଥିଲେ। ସେଠାରେ କେକ୍ କାଟି ସେଲିବ୍ରେସନ କରିଥିଲେ। ପରେ ହୋଟେଲରୁ ବାହାରି ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଆସିଥିଲେ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories