www.samajalive.in
Saturday, December 6, 2025
16.1 C
Bhubaneswar

ମାତୃଭାଷାରେ ବୈଷୟିକ ଶିକ୍ଷାଦାନ : ଟାସ୍କ ଫୋର୍ସ ଗଠନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ :  ମାତୃଭାଷାରେ ବୈଷୟିକ ଶିକ୍ଷାଦାନ ପାଇଁ ଯୋଜନା ରୂପରେଖ ପ୍ରସ୍ତୁତ କରିବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ୍‍ ନିଶଙ୍କ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଟାସ୍କ ଫୋର୍ସ ଶିକ୍ଷାକ୍ଷେତ୍ର ସହ ସମ୍ପୃକ୍ତ ବ୍ୟକ୍ତିବିଶେଷ ଓ ସଙ୍ଗଠନଗୁଡ଼ିକ ସହ ଆଲୋଚନା କରି ମାସେ ମଧ୍ୟରେ
ରିପୋର୍ଟ ଦାଖଲ କରିବ।

ଏକ ଉଚ୍ଚସ୍ତରୀୟ ବୈଠକରେ ମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ସଚିବ ଅମିତ୍‍ ଖରେ, ଆଇଆଇଟିଗୁଡ଼ିକର ନିର୍ଦ୍ଦେଶକବୃନ୍ଦ, ବହୁ ଶିକ୍ଷାବିତ୍‍ ଓ ମନ୍ତ୍ରଣାଳୟର ବରିଷ୍ଠ ଅଫିସରମାନେ ବୈଠକରେ ଅଂଶଗ୍ରହଣ କରିଥିଲେ। ଜାତୀୟ ଶିକ୍ଷାନୀତି- ୨୦୨୦ର କାର୍ଯ୍ୟକାରିତା ସଂକ୍ରାନ୍ତରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଛି।

Hot this week

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

Related Articles

Popular Categories