www.samajalive.in
Sunday, December 7, 2025
16.1 C
Bhubaneswar

ଦୁର୍ଘଟଣାରେ ତହସିଲଦାରଙ୍କ ମୃତ୍ୟୁ

ନୟାଗଡ଼: ଏକ ଦୁର୍ଘଟଣାରେ ନୂଆପଡ଼ା ଜିଲା କୋମନା ତହସିଲଦାର ସୁରେଶ କୁମାର ନନ୍ଦଙ୍କ ମୃତ୍ୟୁ ଘଟିଛି। ସେ ନିର୍ବାଚନ କାର୍ଯ୍ୟରେ ଭୁବନେଶ୍ଵର ଆସୁଥିବାବେଳେ ନୟାଗଡ଼ ଦଶପଲ୍ଲାର ସୋରଡ଼ା ନୂଆଗାଁ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ। ଶନିବାର ଭୋର ସମୟରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।

ସୂଚନା ମୁତାବକ, ସୁରେଶଙ୍କ ଘର ବଲାଙ୍ଗୀର ଜିଲା ପାଟଣାଗଡ଼ରେ। ସେ ଏକ କାରରେ ଭୁବନେଶ୍ଵର ଆସୁଥିଲେ। ନୂଆଗାଁ ସୋରଡ଼ା ନିକଟ ରାସ୍ତାର ଏକ ବୁଲାଣି ସ୍ଥାନରେ ଗୋଟିଏ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକ ଛିଡ଼ା ହୋଇଥିବାବେଳେ କାରଟି ପଛପଟୁ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତହସିଲଦାର ସୁରେଶଙ୍କ ମୃତ୍ୟୁ ଘଟିଥିଲା। ଡ୍ରାଇଭର ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories