www.samajalive.in
Friday, December 5, 2025
26.1 C
Bhubaneswar

ବିହାର ନିର୍ବାଚନ: ତେଜସ୍ଵୀ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ସମାଜ ଡିଜିଟାଲ ଡେସ୍କ: ବିହାର ନିର୍ବାଚନ ପାଇଁ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା ହୋଇଛନ୍ତି। ଆରଜେଡି ନେତା ତେଜସ୍ଵୀ ଯାଦବଙ୍କୁ ବିରୋଧୀ ମେଣ୍ଟ ଦଳଗୁଡ଼ିକ ପକ୍ଷରୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରାଯାଇଛି। ପୂର୍ବରୁ ବି ତେଜସ୍ଵୀ ନିଜକୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲେ। ଏହା ଉପରେ ଅନ୍ୟ ବିରୋଧୀ ଦଳଗୁଡ଼ିକ ନୀରବ ରହିଥିଲେ। ସେବେଠାରୁ ତେଜସ୍ଵୀ ହିଁ ବିରୋଧୀ ମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ବୋଲି ଜଣାପଡ଼ୁଥିଲା। କେବଳ ଘୋଷଣାକୁ ଅପେକ୍ଷା ରହିଥିଲା।

ଏହାବ୍ୟତୀତ ଉପମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ମଧ୍ୟ ଘୋଷଣା କରାଯାଇଛି। ବିକାଶଶୀଳ ଇନସାନ ପାର୍ଟି(ଭିଆଇପି) ମୁଖ୍ୟ ମୁକେଶ ସାହାଣୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଚୟନ କରାଯାଇଛି। ବିରୋଧୀ ମେଣ୍ଟରେ କଂଗ୍ରେସ ରହିଥିଲେ ବି ଏହି ଦଳରୁ କୌଣସି ନେତା ମୁଖ୍ୟମନ୍ତ୍ରୀ କିମ୍ବା ଉପମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇନାହାନ୍ତି। ବିରୋଧୀ ମେଣ୍ଟରେ ଆସନ ଭାଗବଣ୍ଟାକୁ ନେଇ ବିବାଦ ରହିଥିଲା। ଶେଷରେ ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ ପାଟନାରେ ପହଞ୍ଚି ସବୁଦଳ ସହ ଆଲୋଚନା କରି ମୁଖ୍ୟମନ୍ତ୍ରୀ ଭାବେ ତେଜସ୍ଵୀଙ୍କ ନାଁ ଘୋଷଣା କରିଛନ୍ତି।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories