www.samajalive.in
Monday, December 8, 2025
14.1 C
Bhubaneswar

ଆଇପିଏସ ଅଧିକାରୀଙ୍କୁ ଧକ୍କା ଦେଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ

ହାଇଦ୍ରାବାଦ: କାର୍ଯ୍ୟରତ ଅଧିକାରୀଙ୍କୁ ଧକ୍କା ଦେଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ । ଏଭଳି ଅଭାବନୀୟ ଘଟଣା ଘଟିଛି ତେଲେଙ୍ଗାନାର ଭଦ୍ରାଦି କୋଠାଗୁଡେମ ଜିଲ୍ଲାରେ । ଆଇପିଏସ ଅଧିକାରୀ ଜଣକ ଡ୍ୟୁଟିରେ ଥିବା ସମୟରେ ଏଭଳି ଅଘଟଣ ଘଟିଛି । ଏହି ଦୁର୍ଘଟଣାରେ ଗୁରୁତର ହୋଇଥିବା ଆଇପିଏସ୍‍ ଅଧିକାରୀ ପରିତୋଷ ପଙ୍କଜଙ୍କର ସର୍ଜରୀ ହୋଇଥିବା ଜଣାଯାଇଛି । ସେ ଭଦ୍ରାଞ୍ଚଳମର ଏଏସପି ଭାବେ କାର୍ଯ୍ୟରତ ଅଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ କାରକେଡ ସହର ମଧ୍ୟ ଦେଇ ଯାଉଥିବା ବେଳେ ପରିତୋଷ ପଙ୍କଜ ଡ୍ୟୁଟିରେ ମୁତୟନ ହୋଇଥିଲେ । ସେହି ସମୟରେ ହଠାତ ମୁଖ୍ୟମନ୍ତ୍ରୀଙ୍କ କାରକେଡର ଏକ ଗାଡି ତାଙ୍କୁ ଧକ୍କା ଦେଇଥିଲା । କାରଟି ଏତେ ଜୋରରେ ଧକ୍କା ଦେଇଥିଲା ଯେ ଆଇପିଏସ୍‍ ଅଧିକାରୀ ପଙ୍କଜ ତଳେ ପଡିଯାଇଥିଲେ । ତାଙ୍କୁ ତୁରନ୍ତ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସଠିକ୍‍ ଚିକିତ୍ସା ପାଇଁ ହାଇଦ୍ରାବାଦକୁ ସ୍ଥାନାନ୍ତର କରାଯାଇଥିବା ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories