www.samajalive.in
Monday, December 15, 2025
26.1 C
Bhubaneswar

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା : ୧୬ ମୃତ

ନୂଆଦିଲ୍ଲୀ : ତେଲେଙ୍ଗାନାର ରଙ୍ଗାରେଡ୍ଡିରେ ବସ୍‌-ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତ ମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଆରଟିସି ବସ୍‌ଟି ତନ୍ଦୁରରୁ ହାଇଦ୍ରାବାଦ ଅଭିମୁଖେ ଯାତ୍ରା କରୁଥିଲା ଏବଂ ଏଥିରେ ପ୍ରାୟ ୭୦ ଜଣ ଯାତ୍ରୀ ଥିଲେ। ଯାତ୍ରୀଙ୍କ ମଧ୍ୟରୁ ଅଧିକାଂଶ ପିଲା ଏବଂ ଅଫିସ ଯାଉଥିବା ଲୋକ ଥିଲେ।
ଏହି ଛାତ୍ରମାନଙ୍କ ମଧ୍ୟରୁ ଅନେକ ହାଇଦ୍ରାବାଦର ବିଭିନ୍ନ କଲେଜରେ ପାଠପଢ଼ୁଥିଲେ ଏବଂ ରବିବାର ଛୁଟି ଯୋଗୁଁ ଘରୁ ହାଇଦ୍ରାବାଦକୁ ଫେରୁଥିଲେ। ଦୁର୍ଘଟଣା ପରେ ହାଇଦ୍ରାବାଦ-ବିଜାପୁର ରାଜପଥରେ ଯାତାୟାତ ବନ୍ଦ ହୋଇଯାଇଛି। ତେବେ ଏହି ଘଟଣାରେ ପରିବହନ ମନ୍ତ୍ରୀ ପୋନ୍ନମ୍ ପ୍ରଭାକର ଶୋକ ପ୍ରକାଶ କରିବା ସହ ଆହତ ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ନିର୍ଦେଶ ଦେଇଛନ୍ତି। ବର୍ତ୍ତମାନ୍ ପର୍ଯ୍ୟନ୍ତ ଦୁର୍ଘଟଣାର କାରଣ ଜଣାପଡିନାହିଁ। ପୁଲିସ୍‌ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories