www.samajalive.in
Friday, December 12, 2025
15.1 C
Bhubaneswar

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମହିଳା ମୃତ

ତେଲକୋଇ: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୨ ମହିଳାଙ୍କ ମୃତ୍ୟୁ ହୋଇଛି। ତେଲକୋଇ ଥାନା ଟାଙ୍ଗିରି ଗାଁ ଜୁଆଙ୍ଗ ସାହିରେ ଅଘଟଣ। ଛେଳିକୁ ବଞ୍ଚାଇବାକୁ ଯାଇ କରେଣ୍ଟ ସଂସ୍ପର୍ଶରେ ଆସିଥିଲେ ୨ ମହିଳା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ରିପୋର୍ଟ ସଂଗ୍ରହ ପରେ ତଦନ୍ତ ଚଳାଇଥିବା ସୂଚନା ମିଳିଛି।

ତେଲକୋଇ ଥାନା ଟାଙ୍ଗିରି ଗାଁ ଜୁଆଙ୍ଗ ସାହିର ସାହିର ମଗିଶିରିଆ ଜୁଆଙ୍ଗଙ୍କ ପତ୍ନୀ ନିରାଧି ଜୁଆଙ୍ଗ(୪୫), ସିଙ୍ଗା ଜୁଆଙ୍ଗଙ୍କ ପତ୍ନୀ କାଠି ଜୁଆଙ୍ଗ(୬୨) ଓ କୁନା ଜୁଆଙ୍ଗଙ୍କ ପତ୍ନୀ ମଞ୍ଜରୀ ଜୁଆଙ୍ଗ(୩୫) ଆଜି ସକାଳେ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ଅପରାହ୍ନରେ ଛେଳି ଚରାଇ ଏମାନେ ଘରକୁ ଫେରୁଥିଲେ। ତେବେ ଗାଁ ପାର୍ଶ୍ୱରେ ଦୁଇ ଚାଷୀ ନିଜ ପରିବା ଚାଷ ଜମିକୁ ନେଇଥିବା ବିଦ୍ୟୁତ ତା’ର ଛିଣ୍ଡି ରାସ୍ତାରେ ପଡ଼ିଥିଲା। ଠିକ୍‌ ସେହି ସମୟରେ ଗୋଟିଏ ଛେଳି ବିଦ୍ୟୁତ ସଂସ୍ପର୍ଶରେ ଆସିଥିଲା। ଛେଳିକୁ ବଞ୍ଚାଇବାକୁ ଯାଇ ଜଣେ ପରେ ଜଣେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣା ସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ଘଟିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories