www.samajalive.in
Friday, December 5, 2025
20.1 C
Bhubaneswar

ଓଡ଼ିଶାରେ ଖୁବ୍‌ ଶୀଘ୍ର କମିବ ଶୀତ

ଭୁବନେଶ୍ୱର, : ଓଡ଼ିଶାରେ ଜାରି ରହିଥିବା ଶୀତର ପ୍ରକୋପ ଖୁବ୍‌ ଶୀଘ୍ର ଶେଷ ହେବାକୁ ଯାଉଛି ଏବଂ ଫେବୃଆରୀ ୨ ତାରିଖ ଠାରୁ ରାତିର ତାପମାତ୍ରା ୩ ରୁ ୫ ଡିଗ୍ରୀ ସେଲ୍‌ସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଫେବୃଆରୀ ମାସରେ ଦିନରେ ଅଧିକ ଗରମ ଅନୁଭୂତ ହେବାର ସମ୍ଭାବନା ଥିବା ବେଳେ ରାତିର ତାପମାତ୍ରା ଥଣ୍ଡା ରହିପାରେ ବୋଲି ସିଇସି ଜାରି କରିଥିବା ବୁଲେଟିନ୍‌ରେ କୁହାଯାଇଛି ।
ୱେଷ୍ଟର୍ଣ୍ଣ ଡିଷ୍ଟରବାନ୍ସର ପ୍ରଭାବ ଫେବୃଆରୀ ୩ ରୁ ୫ ତାରିଖ ମଧ୍ୟରେ ରାଜ୍ୟ ଉପରେ ପଡିବ । ଫେବୃଆରୀ ୩ ତାରିଖ ରାତିରେ ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ଘୂର୍ଣ୍ଣିଝଡ ସହ କରକାପାତ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହିପରି ବରଗଡ, ସମ୍ବଲପୁର, ସୋନ୍‌ପୁର, ବଲାଙ୍ଗିର, ବୌଦ ଏବଂ ସୁନ୍ଦରଗଡ ଜିଲ୍ଲାରେ ଫେବୃଆରୀ ୩ ତାରିଖ ଅପରାହ୍ଣ ଓ ରାତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

- Advertisement -

ସେହିପରି ଉତର ଓଡ଼ିଶାର କେତେକ ଜିଲ୍ଲାରେ ମଧ୍ୟ ଫେବୃଆରୀ ୪ ତାରିଖରେ ସମାନ ପ୍ରକାର ପାଣିପାଗ ରହିପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories