www.samajalive.in
Saturday, December 6, 2025
16.1 C
Bhubaneswar

ସାଢେ ୧୧ ସୁଦ୍ଧା ୪୧.୧ ଡିଗ୍ରୀ ସହ ଭୁବନେଶ୍ଵର ସବୁଠୁ ଉତ୍ତପ୍ତ

ଭୁବନେଶ୍ଵର: ସକାଳୁ ଅସହ୍ୟ ତାତି ଅନୁଭୂତ ହେଲାଣି। ସାଢେ ୧୧ଟା ସୁଦ୍ଧା ୪୧.୧ ଡିଗ୍ରୀ ସହ ଭୁବନେଶ୍ଵର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ବାଲେଶ୍ଵର ଓ ଚାନ୍ଦବାଲିରେ ତାପମାତ୍ରା ୪୧ ଡିଗ୍ରୀ, ଝାରସୁଗୁଡା ୪୦.୪, ହୀରାକୁଦ ୪୦.୨, କେନ୍ଦୁଝରରେ ୩୯.୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ଆଜି ସାଢେ ୮ଟା ସୁଦ୍ଧା ପାରଦ ୩୬ ଡିଗ୍ରୀ ଛୁଇଁଥିଲା।  ୩୬ ଡିଗ୍ରୀ ସହ ଆଜି ବାଲେଶ୍ଵର ଓ ଅନୁଗୁଳ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ସେପଟେ ଆଗାମୀ ୫ଦିନ ରାଜ୍ୟରେ ତାତି ଆହୁରି ବଢିବ । ୨୭ ଏବଂ ୨୮ ତାରିଖ ବେଳକୁ ମୟୁରଭଞ୍ଜ, ବୌଦ୍ଧ, ଖୋର୍ଦ୍ଧା, ଜଗତସିଂହପୁର, ସୁବର୍ଣ୍ଣପୁର , ନୂଆପଡା, କେନ୍ଦୁଝର , ସୁନ୍ଦରଗଡ, କଳାହାଣ୍ଡି , ବାଲେଶ୍ଵର ଏଭଳି ୧୦ ଜିଲ୍ଲାରେ ସିଭିୟର୍ ହିଟଓ୍ବେଭ୍ ଦେଖିବାକୁ ମିଳିବ। ତେଣୁ ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories