www.samajalive.in
Monday, December 15, 2025
26.1 C
Bhubaneswar

ମାଘରେ ବଢିଲା ତାତି: ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ଯାଏଁ ବଢିଲା ରାତି ତାପମାତ୍ରା

ଭୁବନେଶ୍ବର: ମାଘ ମାସରେ ବଢିଲା ଖରା। ଯେଉଁ ମାସରେ ବାଘ ଭଳି ଶୀତ ଅନୁଭୂତ ହେବା କଥା ସେହି ମାସରେ ଗରମ ଅନୁଭବ ହେଲାଣି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ରାତିର ତାପମାତ୍ରା ବୃଦ୍ଧି ଘଟିଛି। ମଙ୍ଗଳବାର ରାତିରେ ଉପକୂଳ ଓଡିଶାରେ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ଯାଏଁ ରାତି ତାପମାତ୍ରା ଅଧିକ ରହିଥିବାର ପାଣିପାଗ ବିଭାଗ ସୂଚନା ଦେଇଛି । ସେହିଭଳି ଆଭ୍ୟନ୍ତରୀଣ ଓଡିଶାରେ ରାତିର ତାପମାତ୍ରା ୩ରୁ ୭ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ସେପଟେ ରାଜ୍ୟରେ ଏବେ ଶୀତର ମାତ୍ରା ଟିକିଏ କମିଛି । ହେଲେ ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳୁଛି।  ଫଳରେ ଯାନବାହନ ଚଳାଚଳରେ ବାଧା ଉପୁଜୁଛି। କୁହୁଡି ଯୋଗୁଁ ରାସ୍ତାଘାଟ ଦେଖାଯାଉନଥିବାରୁ ଅନେକ ସ୍ଥାନରେ ଭୟଙ୍କର ସଡକ ଦୁର୍ଘଟଣା ଘଟି ଜୀବନ ଯାଉଥିବାର ଖବର ମଧ୍ୟ ସାମ୍ନାକୁ ଆସୁଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories