www.samajalive.in
Thursday, December 11, 2025
23.1 C
Bhubaneswar

୫ ସ୍ଥାନରେ ପାରଦ ୪୦ ଟପିଲା : ଘୂର୍ଣ୍ଣିଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଦିନକୁ ଦିନ ଅସମ୍ଭାଳ ହେଉଛି ତାତି। ରାଜ୍ୟର ଅର୍ଦ୍ଧାଧିକ ଜିଲାରେ ନିଆଁ ବର୍ଷିବା ପରି ପରିସ୍ଥିତି । ବୁଧବାର ୩ଟି ସ୍ଥାନରେ ପାରଦ ୪୦ଡ଼ିଗ୍ରୀ ଉପରେ ଥିବାବେଳେ ଗୁରୁବାର ୫ଟି ସ୍ଥାନରେ ତାପମାତ୍ରା ୪୦ଡ଼ିଗ୍ରୀ ଅତିକ୍ରମ କରିଛି । ରାଜ୍ୟର ସବୁଠୁ ଅଧିକ ତାପମାତ୍ରା ରେକର୍ଡ଼ ହୋଇଛି ତାଳଚେରରେ। ଏଠାରେ ପାରଦ ୪୧.୧ ଡ଼ିଗ୍ରୀ ଥିବାବେଳେ ଟିଟିଲାଗଡ଼ରେ ୪୧ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରାଯାଇଛି। ବଲାଙ୍ଗୀର, ମାଲକାନଗିରି ଓ ବୌଦ୍ଧରେ ତାପମାତ୍ରା ୪୦ଡ଼ିଗ୍ରୀ ଉପରେ ରହିଛି । ଏହାଛଡ଼ା କଟକ, ଭୁବନେଶ୍ବର, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର, ହୀରାକୁଦ, ସୋନପୁର, ନୟାଗଡ଼ରେ ପାରଦ ୩୯ରୁ ୪୦ଡ଼ିଗ୍ରୀ ମଧ୍ୟରେ ରହିଛି। ରାଜ୍ୟର ୧୩ଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୩୯ ଡ଼ିଗ୍ରୀ ସେଲସିୟସ ଉପରେ ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ତାପମାତ୍ରା ସ୍ବାଭାବିକଠାରୁ ୩ଡ଼ିଗ୍ରୀ ଉପରେ ରହିବା ସହିତ ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ଡ଼ିଗ୍ରୀ ପାଖାପାଖି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ବିଭାଗ ପକ୍ଷରୁ ଜାରି ହୋଇଥିବା ସ୍ବତନ୍ତ୍ର ବୁ​‌େ​‌ଲଟିନରେ କୁହାଯାଇଛି ଯେ ବିହାର ଉତ୍ତରାଞ୍ଚଳରୁ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ ଥିବାବେଳେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, କୋରାପୁଟ ଓ ରାୟଗଡ଼ାରେ ଘଡ଼ଘଡ଼ି ସହିତ ବର୍ଷା ହେବ। ୪ତାରିଖରେ ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହିତ ବଜ୍ରପାତର ସମ୍ଭାବନା ରହିଛି। ଏହି ସମୟରେ ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଢ଼େଙ୍କାନାଳ ଓ ବୌଦ୍ଧରେ ମଧ୍ୟ ବଜ୍ରପାତର ଆଶଙ୍କା ରହିଛି। ୫ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜରେ ବର୍ଷାର ସମ୍ଭାବନା ଥିବାବେଳେ ୬ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ଘଡ଼ଘଡ଼ି ସହିତ ବର୍ଷା ହେବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି।

Hot this week

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

Related Articles

Popular Categories