www.samajalive.in
Monday, December 8, 2025
27.1 C
Bhubaneswar

୩ ସହରରେ ୩୮.୫ ଡିଗ୍ରୀ

ଭୁବନେଶ୍ବର: ଫେବୃଆରୀ ୨୧ରୁ କ୍ରମାଗତ ଭାବେ ରାଜ୍ୟରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଭୁବନେଶ୍ବର ଏବଂ ଅନୁଗୋଳ ଦେଶର ଉତ୍ତପ୍ତ ସହର ପାଲଟି ଯାଇଥିବାରୁ ତାତିରେ ରାଜଧାନୀ ଏବଂ ଅନୁଗୋଳବାସୀ ଆଉଟପାଉଟ ହେଉଥିଲେ। ତେବେ ରାଜ୍ୟର ସର୍ବାଧିକ ତାପମାତ୍ରା ସବୁଠୁ ଅଧିକ ସୁନ୍ଦରଗଡ, ମାଲକାନଗିରି ଏବଂ ରାୟଗଡାରେ ୩୮.୫ ଡିଗ୍ରୀ ରେକର୍ଡ କରାଯାଇଛି। ମଙ୍ଗଳବାର ୩୮ ଡିଗ୍ରୀ ଉପରେ ୯ ସହରର ପାରଦ ଥିବାବେଳେ ଏହା ୪ ସହରକୁ ଖସି ଆସିଛି। ଅନୁଗୋଳରେ ସର୍ବାଧିକ ତାପମାତ୍ରା ୩୮.୭ ଡିଗ୍ରୀ ରେକର୍ଡ କରାଯାଇ ଥିବାବେଳେ ୧.୬ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଛି। ଭୁବନେଶ୍ବରରେ ୩୮.୬ ଡିଗ୍ରୀ ପାରଦ ଥିବାବେଳେ ଏହା ୩୭ ଡିଗ୍ରୀକୁ ଖସି ଆସିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ; କିନ୍ତୁ କେତେକ ସ୍ଥାନରେ ଦିନ ତାପମାତ୍ରା ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ। ଗୁରୁବାର ସକାଳେ ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ ଏବଂ ଖୋର୍ଦ୍ଧା ସମେତ ଭୁବନେଶ୍ବର ଓ ଏହାର ଆଖାପାଖ ଅଞ୍ଚଳରେ କୁହୁଡି ଅନୁଭୂତ ହେବାର ସମ୍ଭାବନା ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସବୁଠୁ କମ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି। ଅନ୍ୟାନ୍ୟ ସ୍ଥାନଗୁଡିକରେ ପାରଦ ୧୪ ଡିଗ୍ରୀ ଉପରେ ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories