www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ଖୋଲିପାରେ ମନ୍ଦିର : ୧୦ ଦିନ ମଧ୍ୟରେ ରିପୋର୍ଟ ଦେବେ ଜିଲ୍ଲାପାଳ

ଭୁବନେଶ୍ୱର : ରାଜ୍ୟରେ ମନ୍ଦିର ତଥା ପୁରୀ ଶ୍ରୀମନ୍ଦିର ଓ ଅନ୍ୟାନ୍ୟ ପ୍ରମୁଖ ମନ୍ଦିର ଖୋଲିବା ପାଇଁ କାର୍ଯ୍ୟପନ୍ଥା ସ୍ଥିର ନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ମନ୍ଦିରର ପ୍ରଶାସନକୁ ଏନେଇ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସମସ୍ତ ଜିଲ୍ଲାପାଳଙ୍କୁ ଏନେଇ ରିପୋର୍ଟ ଦେବାକୁ ମଧ୍ୟ କୁହାଯାଇଛି। ସମସ୍ତ ପକ୍ଷଙ୍କ ସହ ବିଚାରବିମର୍ଷ କରି ୧୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ମୁଖ୍ୟ ଶାସନ ସଚିବ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ସେହିପରି ମନ୍ଦିର ଗୁଡ଼ିକୁ କୋଭିଡ଼ ଗାଇଡ଼ ଲାଇନ ପାଳନ କରି କିଭଳି ଖୋଲାଯାଇପାରିବ ସେ ନେଇ କାର୍ଯ୍ୟପନ୍ଥା ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନା ଯୋଗ୍ୟ, କରୋନା ସଂକ୍ରମଣ ଓ କଟକଣାକୁ ଦୃଷ୍ଟିରେ ରଖି ଦୀର୍ଘ ୭ ମାସ ହେବ ମନ୍ଦିର ଗୁଡ଼ିକୁ ବନ୍ଦ ରଖାଯାଇଛି। ମନ୍ଦିରରେ କେବଳ ସେବାୟତ ଓ ପୂଜକମାନେ ନୀତିକାନ୍ତି କରୁଥିବା ବେଳେ ଭକ୍ତମାନଙ୍କ ପାଇଁ ମନ୍ଦିର ବନ୍ଦ ରଖାଯାଇଥିଲା।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories