www.samajalive.in
Sunday, December 7, 2025
23.1 C
Bhubaneswar

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାସ୍ତାରୋକୋ

ପାଟଣା: ୪୯ ନମ୍ବର ଜାତୀୟ ରାଜପଥର ତୁରୁମୁଙ୍ଗା ବଜାର ନିକଟ ହାତିବାରି ଛକ ତାରିଣୀ ଢାବା ସମ୍ମୁଖ ରାସ୍ତାରେ ଶନିବାର ରାତି ସାଢ଼େ ୮ଟାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ସହିତ ଲୋକେ ରାସ୍ତାରୋକୋ କରିଛନ୍ତି। କୌଣସି ଏକ ଭାରିଯାନ ଉକ୍ତ ବ୍ୟକ୍ତିଙ୍କ ଉପରେ ଚଢ଼ିଯିବାରୁ ତାଙ୍କର ମୃତ୍ୟୁ ହୋଇଛି। ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। କିନ୍ତୁ ଦୁର୍ଘଟଣାରେ ଶରୀର ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଯାଇଥିବାରୁ ତାଙ୍କୁ ଚିହ୍ନଟ କରାଯାଇପାରିନାହିଁ। ଦୁର୍ଘଟଣା ପରେ ହାତିବାରି ଗ୍ରାମର ମହିଳା ଏବଂ ପୁରୁଷମାନେ ରାସ୍ତାରୋକୋ କରିଥିବାରୁ ବହୁ ସଂଖ୍ୟକ ଗାଡ଼ିମୋଟର ରାସ୍ତାରେ ଅଟକି ରହିଥିଲା। ତୁରୁମୁଙ୍ଗା ଥାନା ଏସଆଇ ରସାନନ୍ଦ ନାଏକ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବାକୁ ଉଦ୍ୟମ କରିବା ସହିତ ଘଟଣାର ତଦନ୍ତ ଚଳାଇଛନ୍ତି।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories