www.samajalive.in
Saturday, December 6, 2025
16.1 C
Bhubaneswar

ଭାରତ-ଚୀନ ମୁହାଁମୁହିଁ; ଲଦାଖ ସୀମାରେ ଦୁଇ ଦେଶର ଯବାନଙ୍କ ମଧ୍ୟରେ ଧସ୍ତାଧସ୍ତି

ଲଦାଖ: ଭାରତ ଏବଂ ଚୀନର ଯବାନମାନେ ସୀମାରେ ପୁଣି ଥରେ ମୁହାଁମୁହିଁ ହୋଇଛନ୍ତି। ଲଦାଖର​‌ ପେଂଗଂ ହ୍ରଦର ଉତ୍ତରରେ ଭାରତୀୟ ଯବାନମାନେ ପାଟ୍ରୋଲିଂ କରୁଥିବାବେଳେ ଚୀନ ଯବାନମାନେ ଏହାକୁ ବିରୋଧ କରିଥିଲେ। ଫଳରେ ଦୁଇ ଦେଶର ଯବାନଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଧସ୍ତାଧସ୍ତି ହୋଇଥିଲା। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ତେବେ ବ୍ରିଗେଡିୟର ସ୍ତରୀୟ ଆଲୋଚନା ପରେ ଉତ୍ତେଜନା ହ୍ରାସ ପାଇଛି। ଗତବର୍ଷ ମଧ୍ୟ ଏହି ଅଞ୍ଚଳରେ ଦୁଇ ଦେଶ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା।

ସୂଚନାଯୋଗ୍ୟ, ଜାମ୍ମୁ-କାଶ୍ମୀରରୁ ଭାରତ ଧାରା ୩୭୦ ଉଚ୍ଛେଦ କରିବା ପରେ ଏହାକୁ ନେଇ ଗତ ମାସରେ ବେଜିଂ ଉଦବେଗ ପ୍ରକାଶ କରିଥିଲା। ଭାରତ ଜାମ୍ମୁ-କାଶ୍ମୀର ଏବଂ ଲଦାଖକୁ ୨ଟି କେନ୍ଦ୍ରଶାସିତ ଅଞ୍ଚଳ ମାନ୍ୟତା ଦେବାରୁ ଏହା ଗ୍ରହଣଯୋଗ୍ୟ ନୁହେଁ ବୋଲି ଚୀନ କହିଥିଲା ଏବଂ ପାକିସ୍ତାନକୁ ସମର୍ଥନ କରିଥିଲା।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories