www.samajalive.in
Saturday, December 6, 2025
23.1 C
Bhubaneswar

କାଶ୍ମୀରରେ ଆତଙ୍କୀ ହମଲା: ଜଣେ ଡାକ୍ତର ଓ ୬ ପ୍ରବାସୀ ଶ୍ରମିକଙ୍କୁ ହତ୍ୟା

ନୂଆଦିଲ୍ଲୀ : ଜାମ୍ମୁ କାଶ୍ମୀର ଗାନ୍ଦେରବଲ ଜିଲ୍ଲା ସୋନମାର୍ଗ ଅଞ୍ଚଳରେ ଆତଙ୍କୀ ହମଲା। ଆତଙ୍କବାଦୀମାନେ ଜଣେ ଡାକ୍ତର ଏବଂ ୬ ଜଣ ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ଏକ ଘରୋଇ ନିର୍ମାଣ କମ୍ପାନୀରେ ନିୟୋଜିତ ଥିବା ଶ୍ରମିକମାନେ ଏକ ଅସ୍ଥାୟୀ ଶିବିରରେ ରହୁଥିଲେ। ସେମାନଙ୍କ ଉପରକୁ ଆତଙ୍କବାଦୀମାନେ ଆଖିବୁଜା ଗୁଳିମାଡ କରିଥିଲେ। ଫଳରେ ଘଟଣାସ୍ଥଳରେ ଦୁଇ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ଡାକ୍ତର ଏବଂ ଅନ୍ୟ ୪ ଜଣ ଶ୍ରମିକ ମେଡିକାଲରେ ମୃତ୍ୟୁବରଣ କରିଥିଲେ। ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା , ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା, କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ  ପ୍ରମୂଖ ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories