www.samajalive.in
Sunday, December 7, 2025
14.1 C
Bhubaneswar

ସିଆଇଏସଏଫ୍ ବସ୍ ଉପରେ ଆତଙ୍କୀ ଆକ୍ରମଣ ; ଜଣେ ଯବାନ ସହିଦ, ୨ ଆହତ

ଶ୍ରୀନଗର : ଜାମ୍ମୁର ଚଡ୍ଡା କ୍ୟାମ୍ପ ନିକଟରେ ଶୁକ୍ରବାର ସକାଳେ  କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ (ସିଆଇଏସଏଫ୍) ଯବାନଙ୍କ ବସ ଉପରକୁ  ଆତଙ୍କବାଦୀ ଆକ୍ରମଣ ହୋଇଥିବା ସୂଚନା ମିଳିଛି । ୧୫ ଜଣ ସିଆଇଏସଏଫ ଯବାନଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଉପରକୁ ଆତଙ୍କବାଦୀମାନେ ଗ୍ରେନେଡ ଆକ୍ରମଣ କରିଛନ୍ତି । ଏଥିରେ ଜଣେ ଯବାନ ସହିଦ ହୋଇଥିବା ବେଳେ ୨ଜଣ ଯବାନ ଆହତ ହୋଇଥିବା ସୂଚନା ମିଳିଛି ।

ସକାଳୁ କାର୍ଯ୍ୟରେ ଯୋଗଦେବାକୁ ଯାଉଥିବା ବେଳେ ଏହି ଆକ୍ରମଣ ହୋଇଥିବା ଜଣାପଡିଛି । ସହିଦ ହୋଇଥିବା ଯବାନ ଜଣକ ସିଆଇଏସଏଫର ଜଣେ ଏଏସଆଇ ବୋଲି କୁହାଯାଉଛି । ସିଆଇଏସଏଫ୍ ପକ୍ଷରୁ ପଲଟା ଆକ୍ରମଣରେ ଆତଙ୍କବାଦୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସିଆଇଏସଏଫର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories