ଭୁବନେଶ୍ଵର: ପୁରୀ ଶ୍ରୀମନ୍ଦିର ଉପରେ ଆତଙ୍କବାଦୀଙ୍କ ପକ୍ଷରୁ ବିପଦ ରହିଛି। ଏ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଚିଠି ଆସିଥିବା ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ଉପରେ ଆତଙ୍କବାଦୀ ଆକ୍ରମଣ ନେଇ ଗୋଇନ୍ଦା ସୂଚନା ମିଳିଛି। ଏହା ପରେ ମନ୍ତ୍ରଣାଳୟ ପକ୍ଷରୁ ଚିଠି କରାଯାଇଥିବା ଜଣାପଡ଼ିଛି। ଚିଠି ସମ୍ପର୍କରେ ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ଏହା ଏକ ନିୟମିତ କାର୍ଯ୍ୟକ୍ରମ। ନିୟମିତ ବ୍ୟବଧାନରେ ଚିଠି ଆସିଥାଏ। ଶ୍ରୀମନ୍ଦିର ସୁରକ୍ଷା ନେଇ ପ୍ରଶାସନ ସଚେତନ। ଏଥିପ୍ରତି ନଜର ରଖାଯାଇଛି।
Popular Categories



