ଶ୍ରୀନଗର: ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ତା’ଠାରୁ କେତେକ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ପୁଲିସ ସୂଚନା ଅନୁଯାୟୀ, ଜାମ୍ମୁ-କାଶ୍ମୀର ଫୁଲୱାମା ଜିଲାର ଦାଲିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଗୁଇନ୍ଦା ସୂଚନା ପାଇବା ପରେ ଶନିବାର ସକାଳେ ସୁରକ୍ଷା କର୍ମୀମାନେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା କର୍ମୀଙ୍କ ଉପରକୁ ଗୁଳି ଚାଳନା କରିବାରୁ ସୁରକ୍ଷାକର୍ମୀମାନେ ପାଲଟା ଗୁଳିଚାଳନା କରିଥିଲେ। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତ ଆତଙ୍କବାଦୀକୁ ଚିହ୍ନଟ କରାଯାଇପାରିନାହିଁ। ଶୁକ୍ରବାର ରାତିରେ ଆତଙ୍କବାଦୀଙ୍କ ଗୁଳିରେ ଜଣେ ପୁଲିସ ଅଧିକାରୀ ସହିଦ ହୋଇଥିଲେ।



