www.samajalive.in
Saturday, December 6, 2025
23.1 C
Bhubaneswar

ସେନା ଗୁଳିରେ ୬ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରରେ ଶୁକ୍ରବାର ସକାଳୁ ସୁରକ୍ଷା କର୍ମୀଙ୍କ ଗୁଳିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଜାମ୍ମୁ-କାଶ୍ମୀର ରାଜଧାନୀ ଶ୍ରୀନଗରଠାରୁ ୫୦ କିମି ଦୂର ଅନନ୍ତନାଗ ଜିଲା ସେକିପୋରାଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀମାନେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା କର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କୁ ଗୁଳିରେ ଯବାବ ଦେଇଥିଲେ। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଜଣ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କଠାରୁ ଇନ୍‍ସାସ୍‍ ରାଇଫଲ୍‍ ସମେତ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଓ ବିପୁଳ ପରିମାଣର ଗୋଳାବାରୁଦ ଜବତ କରାଯାଇଛି। ଏହି ଘଟଣା ପରେ ସେଠାରେ ତଲାସୀ ଅଭିଯାନ ଆହୁରି ବ୍ୟାପକ କରାଯାଇଛି। ଅନନ୍ତନାଗ ଜିଲାରେ ଇଣ୍ଟରନେଟ୍‍ ସେବା ବନ୍ଦ କରି ଦିଆଯାଇଛି। ଏହାକୁ ମିଶାଇ ଗତ ଚାରି ଦିନରେ ୧୦ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ତିନି ଦିନ ତଳେ ଏନ୍‍କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ ସହିଦ ଓ ତିନି ଯବାନ ଗୁରୁତର ହୋଇଥିଲେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories