www.samajalive.in
Saturday, December 6, 2025
15.1 C
Bhubaneswar

ସରପଞ୍ଚଙ୍କୁ ଗୁଳି କରି ହତ୍ୟା କଲେ ଆତଙ୍କବାଦୀ

ଜାମ୍ମୁ: ଜାମ୍ମୁ-କାଶ୍ମୀରର କୁଲଗାମ ଅଞ୍ଚଳରେ ଆତଙ୍କବାଦୀମାନେ ଜଣେ ସରପଞ୍ଚଙ୍କୁ ହତ୍ୟା କରିଛନ୍ତି। ତାଙ୍କ ନାମ ହେଉଛି ସଜାଦ ଅହମ୍ମଦ। ସେ ବିଜେପି ସମର୍ଥିତ ପ୍ରାର୍ଥୀଭାବେ ସରପଞ୍ଚ ନିର୍ବାଚନରେ ବିଜୟୀ ହୋଇଥିଲେ। ସଜାଦ ନିଜ ଘର ବାହାରେ ଛିଡ଼ା ହୋଇଥିବାବେଳେ ଆତଙ୍କବାଦୀମାନେ ବାଇକ୍‌ରେ ଆସି ତାଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇ ଫେରାର ହୋଇଯାଇଥିଲେ। ଫଳରେ ସେ ସେହିଠାରେ ଟଳି ପଡ଼ିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ପରିବାର ଲୋକେ ସ୍ଥାନୀୟ ହସ୍ପିଟାଲକୁ ନେଇଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ସୂଚନାଯୋଗ୍ୟ, ଗତ ଜୁଲାଇରେ ବିଜେପିର ବାନ୍ଦିପୋରା ଜିଲା ସଭାପତି ଏବଂ ତାଙ୍କ ଭାଇ ଓ ବାପାଙ୍କୁ ଆତଙ୍କବାଦୀମାନେ ଗୁଳି କରି ହତ୍ୟା କରିଥିଲେ। ଏହି ଘଟଣାର ମାସକ ତଳେ ଜୁନ ୮ରେ ଅନନ୍ତନାଗରେ କଂଗ୍ରେସ ନେତା ତଥା ସରପଞ୍ଚ ଅଜୟ ପଣ୍ଡିତଙ୍କୁ ଆତଙ୍କବାଦୀମାନେ ହତ୍ୟା କରିଥିଲେ। ବାରମ୍ବାର ଏପରି ଘଟଣା ଘଟୁଥିବାରୁ ସ୍ଥାନୀୟ ନେତାମାନେ ଭୟଭୀତ ଅବସ୍ଥାରେ ରହୁଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories