www.samajalive.in
Friday, December 5, 2025
26.1 C
Bhubaneswar

ସେନା ଗାଡ଼ି ଉପରକୁ ଗୁଳିମାଡ଼; ପ୍ରତିଆକ୍ରମଣରେ ଜଣେ ଆତଙ୍କୀ ନିପାତ

ଜମ୍ମୁ: ଜମ୍ମୁ-କାଶ୍ମୀରର ଅଖନୁର ଅଞ୍ଚଳରେ ସେନା ଗାଡ଼ି ଉପରକୁ ଆଖିବୁଜା ଗୁଳି ମାଡ଼ କରିଛନ୍ତି ଆତଙ୍କବାଦୀ। ତେବେ ଏହି ଗୁଳି ଚାଳନାରେ ସେନା ଯବାନଙ୍କ କୌଣସି କ୍ଷୟକ୍ଷତି ହୋଇ ନଥିବା ଜଣାପଡ଼ିଛି। ଘଟଣା ପରେ ସୁରକ୍ଷା ବାହିନୀ ଅଞ୍ଚଳରେ ବ୍ୟାପକ ତଲାସୀ ଅଭିଯାନ ଚଳାଇଛନ୍ତି। ଅପରପକ୍ଷେ ସେନା ପକ୍ଷରୁ ପ୍ରତିଆକ୍ରମଣରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ତେବେ ଏନେଇ ଆନୁଷ୍ଠାନିକ ଭାବେ ଘୋଷଣା ହେବା ବାକି ଅଛି।

ସୂଚନା ଅନୁସାରେ, ଜମ୍ମୁ-କାଶ୍ମୀରର ଅଖନୁରରେ ଆତଙ୍କବାଦୀମାନେ ସେନା ଗାଡ଼ି ଉପରକୁ ଆକ୍ରମଣ କରିଛନ୍ତି। ଗୁଳି ଚଳାଇଥିବା ଆତଙ୍କବାଦୀଙ୍କ ସଂଖ୍ୟା ତିନିରୁ ଚାରି ଜଣ ବୋଲି କୁହାଯାଉଛି। ସୂତ୍ରରୁ ପ୍ରକାଶ ଯେ, ଆତଙ୍କବାଦୀମାନେ ସ୍ଥାନୀୟ ମନ୍ଦିର ଆଖପାଖରେ ଲୁଚି ରହିଥାଇ ପାରନ୍ତି। ଆକ୍ରମଣ ପରେ ସେନା ପକ୍ଷରୁ ବଡ଼ ଧରଣର ସର୍ଚ୍ଚ ଅପରେସନ ଚାଲିଛି।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories