www.samajalive.in
Saturday, December 6, 2025
16.1 C
Bhubaneswar

ବଜ୍ରପାତରେ ସ୍ବାମୀ ମୃତ, ସ୍ତ୍ରୀ ଆହତ

ଠାକୁରମୁଣ୍ଡା: ବଜ୍ରପାତରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ଏପରି ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଅନ୍ତର୍ଗତ ଜରକ ପଞ୍ଚାୟତ ମାଣିକ ସାହିରୁ। ସୋମବାର ସକାଳୁ ସକାଳୁ ପ୍ରବଳ ବର୍ଷା ସହ ଘନଘନ ବଜ୍ରପାତ ହୋଇଥିଲା। ଏହି ବଜ୍ରପାତରେ ମହିଳା ଆହତ ହୋଇଥିବା ବେଳେ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ହୋଇଛି।
ଠାକୁରମୁଣ୍ଡା ବ୍ଲକ ଜରକ୍ ପଞ୍ଚାୟତ ମାଣିକ ସାହିର ବାଇଧର ସାମାଡ୍ର (୪୪)ଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି।
ସକାଳୁ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହେବାରୁ ବାଇଧରଙ୍କ ସ୍ତ୍ରୀ ବାହାରେ ଥିବା ଲୁଗା ଆଣିବାକୁ ଯାଇଥିବା ବେଳେ ଏପରି ଘଟଣା ଘଟିଥିଲା। ପ୍ରଥମେ ସ୍ତ୍ରୀ ପଡି ଯିବାରୁ ସ୍ତ୍ରୀକୁ ଉଦ୍ଧାର କରିବାକୁ ଯିବା ସମୟରେ ପୁଣି ଘଡଘଡି ମାରିବାରୁ ଦୁଇ ଜଣ ପଡି ଯାଇଥିଲେ। ଗ୍ରାମବାସୀ ୧୦୮ ଆମ୍ବୁଲାନ୍ସ ଯୋଗେ ଠାକୁରମୁଣ୍ଡା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ, ଘଟଣାସ୍ଥଳକୁ ମହୁଲଡିହା ଥାନା ପୁଲିସ ପହଞ୍ଚି ଶବ ଜବତ କରିବା ସହିତ ଶବ ବ୍ୟବଚ୍ଛେଦ ପାଇଁ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ଅଧିକ ତଦନ୍ତ କରୁଛି ।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories