www.samajalive.in
Sunday, December 14, 2025
26.1 C
Bhubaneswar

ଚମକପୁର ସରକାରୀ ଆବାସିକ ବାଳିକା ବିଦ୍ୟାଳୟର ୨୬ ଜଣ ଛାତ୍ରୀ କରୋନା ଆକ୍ରାନ୍ତ ଚିହ୍ନଟ

ଠାକୁରମୁଣ୍ଡା: ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଠାରେ ଥିବା ଚମକପୁର ଆବାସିକ ଆଦିବାସୀ ବାଳିକା ବିଦ୍ୟାଳୟର ୨୬ ଜଣ ଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବାର ଜଣାଯାଇଛି। ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ କରଞ୍ଜିଆ ଉପଜିଲ୍ଲାପାଳ ଡ.ରଜନୀକାନ୍ତ ବିଶ୍ୱାଳଙ୍କ ସମେତ ସ୍ଥାନୀୟ ବିଡ଼ିଓ, ତହସିଲଦାର, ଡ଼ାକ୍ତରୀ ଟିମ ବିଦ୍ୟାଳୟରେ ଆଜି ପହଞ୍ଚିବେ। ସେଠାରେ ଜଣେ ଡାକ୍ତରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆକ୍ରାନ୍ତ ଛାତ୍ରୀମାନଙ୍କର ଚିକିତ୍ସା କରାଯିବା ସହ ସେଠାରେ ଏକ ଆମ୍ବୁଲାନ୍ସ ରହିବ ବୋଲି ଉପଜିଲ୍ଲାପାଳ ପ୍ରକାଶ କରିଛନ୍ତି। ଆବାସିକ ବିଦ୍ୟାଳୟରେ ମୋଟ ୨୫୯ ଜଣ ଛାତ୍ରୀ ରହି ପାଠ ପଢ଼ୁଥିବା ବେଳେ ୨୦ ଜଣ କର୍ମଚାରୀ ରହିଛନ୍ତି।

ସେମାନଙ୍କ ମଧ୍ୟରୁ  କିଛିଦିନ ପୂର୍ବରୁ କେତେକ ଛାତ୍ରୀ ଅସୁସ୍ଥ ରହିବାରୁ ଗତ ଗୁରବାର ଦିନ ସେମାନଙ୍କ କରୋନା ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨୨ ଜଣ କରୋନା ପଜିଟିଭ ଥିବାର ଜଣା ଯାଇଥିଲା। ଶୁକ୍ରବାର ମଧ୍ୟ ୪ ଜଣ ଛାତ୍ରୀ କରୋନାରେ ଆକ୍ରାନ୍ତ ଥିବା ପରୀକ୍ଷାରୁ ଜଣାପଡିବା ପରେ ଶୁକ୍ରବାର ସୁଦ୍ଧା ମୋଟ୨୬ ଜଣ ଛାତ୍ରୀ ଆକ୍ରାନ୍ତ ଥିବା ଜଣାପଡ଼ିଛି।  ୧୫ ଜଣଙ୍କ ସ୍ୱାବ ଟେଷ୍ଟ ପାଇଁ ବାରିପଦା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ସମସ୍ତ ଚିହ୍ନଟ ଆକ୍ରାନ୍ତମାନଙ୍କୁ ବିଦ୍ୟାଳୟ ପରିସରରେ ସଙ୍ଗରୋଧରେ ରଖାଯାଇ ଚିକିତ୍ସା କରାଯାଉଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories