www.samajalive.in
Saturday, December 6, 2025
26.1 C
Bhubaneswar

ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର

ଠାକୁରମୁଣ୍ଡା :  ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର । ଏପରି ଦୁଃଖଦ ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲ୍ଲା ସୀମାନ୍ତ ଆନନ୍ଦପୁର ବ୍ଲକର ପଣସଡିହା ଗ୍ରାମପଞ୍ଚାୟତ ଅନ୍ତର୍ଗତ କୁଠଡିହା ଗ୍ରାମରୁ । ସେହି ଗ୍ରାମର ଲକ୍ଷ୍ମୀଧର ସାମାଡର ପୁଅ ଜୀବନ ସାମାଡ଼ (୪୮) ଆଜି ସକାଳୁ ସକାଳୁ ଶୌଚ ହେବାପାଇଁ ଗାଁ ପୋଖରୀ ନିକଟକୁ ଯାଇଥିବା ବେଳେ ଦୁଇଟି  ଭାଲୁ ଆକ୍ରମଣ କରିବାରୁ ଗୁରୁତର ଆହତ ହୋଇ ଠାକୁରମୁଣ୍ଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ତାଙ୍କୁ ସେଠାରୁ ଗୁରୁତର ଅବସ୍ଥାରେ ୧୦୮ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତି କରିଥିଲେ ସ୍ଥାନୀୟ ଲୋକେ। ଜୀବନର ଡ଼ାହାଣ ଗୋଡ ଜଙ୍ଘରେ ଗଭୀର କ୍ଷତ ହୋଇ ଥିବାରୁ ଡାକ୍ତର ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି । ତେବେ ଆହତ ଜୀବନଙ୍କ ସ୍ୱାସ୍ଥ୍ୟ ଅବସ୍ଥା  ସ୍ଥିର ଥିବା ଜଣାଯାଇଛି । ସେହିପରି ଘଟଣା ସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହିତ ଜୀବନଙ୍କ ଚିକିତ୍ସା କରାଇବା ପାଇଁ ଆନନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇ ଥିବା ଜଣାପଡିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories