www.samajalive.in
Saturday, December 6, 2025
26.1 C
Bhubaneswar

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ଠାକୁରମୁଣ୍ଡା:  ଭାଲୁ ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ସାଲେଇବେଡା ପଞ୍ଚାୟତର ଏଦେଲବେଡା ଗ୍ରାମରେ ଭାଲୁ ଆକ୍ରମଣରେ ସେହି ଗ୍ରାମର ମଧୁସୂଦନ କାଣ୍ଡେଆନ୍ (୫୦) ଗୁରୁତର ହୋଇଥିବା ଜଣାପଡିଛି।
ପ୍ରକାଶ ଯେ ଗତକାଲି ସନ୍ଧ୍ୟା ୭ ଟା ବେଳେ ନିଜ ଧାନବିଲକୁ ପାଣି ମଡ଼ାଇବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହୋଇଥିଲେ। ସେ ଘରକୁ ଫେରିବା ବିଳମ୍ବ ହେବାରୁ ପରିବାର ଲୋକ ଖୋଜି ଖୋଜି ବିଲକୁ ପହଞ୍ଚି ଥିଲେ । ତେବେ ସେଠାରେ ଭାଲୁ ଆକ୍ରମଣରେ ସେ ଗୁରୁତର ହୋଇ ଥିବା ଦେଖି ସଙ୍ଗେ ସଙ୍ଗେ ଗ୍ରାମବାସୀଙ୍କ ସହଯୋଗରେ ଉଦ୍ଧାର କରି ଏକ ଗାଡି ଯୋଗେ ବିଳମ୍ବିତ ରାତିରେ କରଞ୍ଜିଆ ମେଡିକାଲରେ ଭର୍ତି କରିଥିଲେ । ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକା ଚିକିତ୍ସା ପାଇଁ କେନ୍ଦୁଝର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories