www.samajalive.in
Friday, December 5, 2025
27.1 C
Bhubaneswar

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଭିତ୍ତିଭୂମି ସଂକ୍ରାନ୍ତୀୟ ରାଜ୍ୟସ୍ତରୀୟ କ୍ଷମତାପ୍ରାପ୍ତ କମିଟିର ୬୨ତମ ବୈଠକ

ଭୁବନେଶ୍ୱର : ଭିତ୍ତିଭୂମି ଉନ୍ନତିକରଣ ସଂକ୍ରାନ୍ତୀୟ ରାଜ୍ୟସ୍ତରୀୟ କ୍ଷମତାପ୍ରାପ୍ତ କମିଟିର ୬୨ତମ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ସମେତ କମିଟିର ସଦସ୍ୟ ରହିଥିବା ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ଥିଲେ।

ଅର୍ଥ ବିଭାଗ ତରଫରୁ ଆହୂତ ଏହି ବୈଠକରେ ଗତ ୨୦୨୩ ସେପ୍ଟେମ୍ବର ୨୫ତାରିଖ, ଡିସେମ୍ବର୧୯ ତାରିଖ ଏବଂ ୨୦୨୪ ମାର୍ଚ୍ଚ୪ ତାରିଖରେ ଅନୁଷ୍ଠିତ କମିଟିର ଯଥାକ୍ରମେ ୫୯ତମ, ୬୦ ତମ ଏବଂ ୬୧ ତମ ବୈଠକରେ ହୋଇଥିବା ନିଷ୍ପତ୍ତିର କାର୍ଯ୍ୟାନୁଷ୍ଠାନ ସଂପର୍କରେ ବିବରଣୀ ଉପସ୍ଥାପନ କରାଯାଇଥିଲା। ବୈଠକରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ବାଣିଜ୍ୟ ଓ ପରିବହନ,ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟାଗ, କୃଷି ବିଭାଗ, ଶକ୍ତି, ଜଙ୍ଗଲ ଓ ପରିବେଶ ବିଭାଗ, ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷଆଦି ସଂପର୍କିତ ବିଭିନ୍ନ ଭିତ୍ତିଭୂମି ଉନ୍ନୟନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟ ଅଗ୍ରଗତି ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ମୁଖ୍ୟ ଶାସନ ସଚିବ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ପ୍ରସ୍ତାବ, କାର୍ଯ୍ୟାନ୍ୱୟନ ସ୍ଥିତିରେ ଥିବା ପ୍ରକଳ୍ପଗୁ଼ଡ଼ିକର ଅଗ୍ରଗତି ସଂପର୍କରେ ଅନୁଧ୍ୟାନ କରିବା ସହ ପରବର୍ତ୍ତୀ ପଦକ୍ଷେପ ପାଇଁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories