www.samajalive.in
Monday, December 15, 2025
16.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ଅଟୋ : ଏକାଧିକ ଆହତ

ନାରାୟଣପାଟଣା: କୋରାପୁଟ ଜିଲ୍ଲା ନାରାୟଣପାଟଣାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଅଟୋ ଗାତକୁ ଓଲଟି ପଡିଛି।  ଦୁର୍ଘଟଣାରେ ଏକାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। କୋରାପୁଟ ନାରାୟଣପାଟଣା ପାଲୁରୁ ନିକଟରେ ଏହି ଦୁର୍ଘଟଣା ଘଟିଛି। ସୂଚନା ମୂତାବକ ଝଡିଆ ସାହିର ଏକ  ପରିବାର ନିଜ ସମ୍ପର୍କୀୟଙ୍କ ଗାଁ ରାୟଗଡା  ଟିକିରିକୁ ଗାଁ ମେଲଣ  ଦେଖିବାକୁ ଯାଇ ଫେରୁଥିଲେ । ପାଲୁରୁ ନିକଟରେ ଅଟୋର ଚକା ଫାଟିଯିବାରୁ ଅଟୋଟି ଭାରସାମ୍ୟ ହରାଇ ଏକ ଗାତକୁ ଓଲଟି ପଡିଥିଲା। ଫଳରେ ଅଟୋରେ କିଛି ଲୋକ ଆହତ ହୋଇଥିଲେ । ସେମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories