www.samajalive.in
Saturday, December 6, 2025
16.1 C
Bhubaneswar

ଦୁଇଦିନ ତଳୁ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ବୌଦ୍ଧ : ବୌଦ୍ଧଜିଲା ହରଭଙ୍ଗା ବ୍ଳକ ସରସରା ଗ୍ରାମପଂଚାୟତ ଅନ୍ତର୍ଗତ ସାନବଙ୍କାପଡା ଗ୍ରାମର ସୁରେଶ କର୍ଣ୍ଣ(୫୭) ଦୁଇଦିନ ତଳେ ମହାନଦୀକୁ ଶୌଚ ହେବାକୁ ଯାଇ ଆଉ ଘରକୁ ଫେରିନଥିଲେ। ଆଜି ତାଙ୍କର ମୃତଦେହ ଗ୍ରାମ ନିକଟସ୍ଥ ଏକ ବିଲ ମଧ୍ୟରୁ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ ସାନବଙ୍କାପଡା ଗ୍ରାମର ସୁରେଶ କର୍ଣ୍ଣ ସୋମବାର ସକାଳ ୫ ଘଣ୍ଟା ସମୟରେ ଘରୁ ବାହାରି ଶୌଚ ହେବାକୁ ମହାନଦୀକୁ ଯାଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ସେ ଘରକୁ ନଫେରିବାରୁ ପରିବାରଲୋକ ଖୋଜାଖୋଜି ଆରମ୍ଭ କରିଥିଲେ। ହେଲା ତାଙ୍କର କୌଣସି ପତ୍ତା ମିଳିନଥିଲା। ଶେଷରେ ସୁରେଶ ନିଖୋଜ ହୋଇଯାଇଥିବା ନେଇ ପରିବାର ପକ୍ଷରୁ ବୌଦ୍ଧ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଆଜି ସକାଳୁ ସୁରେଶଙ୍କ ମୃତ ଦେହ ଗ୍ରାମ ନିକଟସ୍ଥ ବିଲରେ ପଡିଥିବା ଦେଖି ପରିବାରଲୋକ ଏ ସଂପର୍କରେ ପୁଲିସକୁ ସୂଚନା ଦେଇଥିଲେ। ପୁଲିସ ଶବକୁ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ ସୁରେଶଙ୍କ ମୃତ୍ୟୁର କାରଣ ଜଣାପଡିବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

 

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories