www.samajalive.in
Monday, December 15, 2025
17.1 C
Bhubaneswar

ସୁପ୍ରିମକୋର୍ଟରେ ଆସନ୍ତାକାଲି ‘କୋଟିଆ’ ମାମଲାର ହେବ ଶୁଣାଣି

ଭୁବନେଶ୍ବର: କୋଟିଆରେ ଆନ୍ଧ୍ରପ୍ରଦେଶ ପଞ୍ଚାୟତ ନିର୍ବାଚନ କରିବା ପ୍ରସଙ୍ଗରେ ଗୁରୁବାର ଓଡ଼ିଶାର ଆବେଦନକୁ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଗ୍ରହଣ କରିଛନ୍ତି। ମାମଲାର ଶୁଣାଣି ଆସନ୍ତାକାଲିକୁ ଦିନ ଧାର୍ଯ୍ୟ କରାଯାଇଛି। ମାମଲାର ଶୀଘ୍ର ଶୁଣାଣି ଲାଗି ଓଡିଶା ସରକାରଙ୍କ ଓକିଲ ବିକାଶ ସିଂ ଓ ଶିବ ଶଙ୍କର ମିଶ୍ର ସୁପ୍ରିମକୋର୍ଟରେ ମେନସନ କରିଥିଲେ। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ପ୍ରଧାନ ବିଚାରପତି ଶରଦ ଏସ ବୋବଡେଙ୍କ ଅଧକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠରେ ଏହି ମାମଲାର ଶୁଣାଣି କରାଯିବ।

ସୂଚନା ଅନୁଯାୟୀ, କୋରାପୁଟ ଜିଲା ପଟାଙ୍ଗି ବ୍ଲକ୍‌ କୋଟିଆ ଗ୍ରାମପୁଞ୍ଜର ୩ଟି ପଞ୍ଚାୟତରେ ଆନ୍ଧ୍ରପ୍ରଦେଶ ସରକାର ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରିବାକୁ ବିରୋଧ କରି ଓଡ଼ିଶା ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା। ୧୯୬୮ରେ ସ୍ଥିତାବସ୍ଥା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ୨୦୦୬ରେ ପୁଣି ଥରେ ସ୍ଥିତାବସ୍ଥା ପାଇଁ ନିର୍ଦ୍ଦେଶ ଦେଇଥିଲେ; କିନ୍ତୁ ଆନ୍ଧ୍ର ସରକାର ଏହାକୁ ପାଳନ କରି ନଥିବାରୁ କୋର୍ଟ ଅବମାନନା ଅଭିଯୋଗ ଉଠାଇ ଓଡ଼ିଶା ସରକାର ପିଟିସନ୍‌ ରୁଜୁ କରିଥିଲେ। ତେବେ ତ୍ୱରିତ ଶୁଣାଣି ନେଇ ରାଜ୍ୟ ସରକାର ପିଟିସନ ଦାୟର କରିଥିଲେ।

- Advertisement -

ଏହାବ୍ୟତୀତ କୋଟିଆରେ ଆନ୍ଧ୍ର ସରକାରଙ୍କ ପକ୍ଷରୁ ହେଉଥିବା ପଞ୍ଚାୟତ ନିର୍ବାଚନକୁ ନେଇ ହାଇକୋର୍ଟରେ ମଧ୍ୟ ପିଟିସନ୍‌ ଦାଖଲ କରାଯାଇଛି। ଭାରତୀୟ ବିକାଶ ପରିଷଦ ଏନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରିଛି। ସୀମା ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ଲାଗି ଏଥିରେ ନିବେଦନ କରାଯାଇଛି। ଆନ୍ଧ୍ର କରୁଥିବା ନିର୍ବାଚନ ବନ୍ଦ କରିବା ଲାଗି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେବା ପାଇଁ ବିକାଶ ପରିଷଦ ଆବେଦନ କରିଛି। ଏଥିରେ ଗୃହ ଓ ରାଜସ୍ୱ ସଚିବ ତଥା ତିନି ଜିଲ୍ଲାପାଳଙ୍କୁ ପକ୍ଷଭୁକ୍ତ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories