www.samajalive.in
Saturday, December 13, 2025
21.1 C
Bhubaneswar

ରାଜ୍ୟପାଳଙ୍କୁ ଓଡ଼ିଶାର ନୂତନ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ପ୍ରଦାନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର:ଓଡ଼ିଶା ନୂତନ ବିଧାନସଭା ଗଠନ ସମ୍ପର୍କିତ ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶିତ ହୋଇଛି। ଏହି ବିଜ୍ଞପ୍ତି ଓଡ଼ିଶା ରାଜପତ୍ରରେ ମଧ୍ୟ ପୁନଃ ପ୍ରକାଶିତ ହୋଇଛି। ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉକ୍ତ ବିଜ୍ଞପ୍ତି ପ୍ରଦାନ କରିଛନ୍ତି।

- Advertisement -

ଏହି ଅବସରରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଏନ.ତିରୁମାଲା ନାୟକ, ଶତ୍ରୁଘ୍ନ କର ଓ ମିହିର ନାୟକ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ ସାହୁ ଓ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ମହତୋ ଉପସ୍ଥିତ ରହି ଉକ୍ତ ବିଜ୍ଞପ୍ତିକୁ ରାଜ୍ୟପାଳ ରଘୁବର ଦାସଙ୍କୁ ପ୍ରଦାନ କରିଥିଲେ।

ଓଡ଼ିଶାରେ ଶାନ୍ତିପୂର୍ଣ୍ଣ ନିର୍ବାଚନ ପରିଚାଳନା ପାଇଁ ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ତଥା ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁବାଦ ଜଣାଇଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories