www.samajalive.in
Monday, December 15, 2025
14.1 C
Bhubaneswar

ସାମ୍ବାଦିକଙ୍କୁ ଲୋକସେବା ଭବନରେ ପ୍ରବେଶ ଅନୁମତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଦୀର୍ଘ ୪ ବର୍ଷ ପରେ ଲୋକସେବା ଭବନରେ ଗଣମାଧ୍ୟମ ପ୍ରତିନିଧି ପ୍ରବେଶ କରିଛନ୍ତି। ୪ ବର୍ଷ ପରେ ଲୋକସେବା ଭବନକୁ ପ୍ରବେଶ ପାଇଁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଅନୁମତି ମିଳିଲା।  ଲୋକସେବା ଭବନକୁ ଏକ ବସ୍‌ ଯୋଗେ ସାମ୍ୱାଦିକଙ୍କୁ ସମ୍ମାନର ସହିତ ନିଆଗଲା । ୨୦୨୦ ମାର୍ଚ୍ଚରୁ ଲୋକସେବା ଭବନକୁ ସାମ୍ୱାଦିକଙ୍କୁ ଲୋକସେବା ଭବନକୁ ପ୍ରବେଶ ପାଇଁ ବାରଣ କରାଯାଇଥିଲା। ନୂଆ ବିଜେପି ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନକୁ ପ୍ରବେଶ ପାଇଁ ତତ୍କାଳ ଅନୁମତି ଦେଇଥିଲେ। ଶପଥ ଗ୍ରହଣ ପରେ ଏହାଥିଲା ତାଙ୍କର ପ୍ରଥମ ପଦକ୍ଷେପ। ନୂଆ ବିଜେପି ସରକାରଙ୍କ ଏହି ଉଦ୍ୟମକୁ ସାମ୍ୱାଦିକ ମହଲରେ ପ୍ରଶଂସା କରାଯାଇଛି। କୋଭିଡ୍‌-୧୯ ଆଳରେ ପୂର୍ବ ସରକାର ଲୋକସେବା ଭବନକୁ ପ୍ରବେଶ ଉପରେ କଟକଣା ଲଗାଇଥିଲେ । କିନ୍ତୁ ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ ହିଁ ସାମ୍ବାଦିକଙ୍କୁ ମିଳିଛି ଲୋକସେବା ଭବନ ପାଇଁ ପ୍ରବେଶ ଅନୁମତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories