www.samajalive.in
Saturday, December 6, 2025
26.1 C
Bhubaneswar

କରୋନା ହେଉଛି ଜୀବନ ଓ ମୃତ୍ୟୁର କଥା, ଏପରି ସମୟରେ ସହଯୋଗ କରିବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ଵର : ମହାମାରୀ କରୋନା ସମୟ ହେଉଛି ଜୀବନ ଓ ମୃତ୍ୟୁର କଥା । ଏପରି ଏକ ପରିସ୍ଥିତିରେ ସମସ୍ତ ରାଜ୍ୟବାସୀ ସରକାରଙ୍କୁ ସହଯୋଗ କରିବା ସହ ସରକାରଙ୍କ ସମସ୍ତ ନିୟମ ମାନିବାକୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୁଧବାର ଅପରାହ୍ନ ୨ ଟା ସମୟରେ  ଭିଡିଓ ବାର୍ତ୍ତା ଜାରି କରି ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ବର୍ତ୍ତମାନ ସମୟ ଆମ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ ଅଟେ । ଏହି ସମୟରେ ଆମେ ସମସ୍ତେ ସରକାରଙ୍କ ଗାଇଡଲାଇନକୁ ମାନି ଚଳିବା ସହ ସରକାରଙ୍କୁ ସହଯୋଗ କରିବା ଆବଶ୍ୟକ । କାରଣ ଆପଣମାନେ ସହଯୋଗ କଲେ ଆମେ ଏହି ମହାମାରୀର ସଂକ୍ରମଣକୁ ରୋକିପାରିବା ।

ପ୍ରଥମେ ଆମ ପାଇଁ ଚ୍ୟାଲେଞ୍ଜ ଥିଲା ବିଦେଶରୁ ଫେରୁଥିବା ଓଡିଆ ଭାଇଭଉଣୀଙ୍କ ଯତ୍ନ ନେବା । ଓଡିଶା ପ୍ରଥମ ରାଜ୍ୟ, ଯିଏ କି ସେମାନଙ୍କ ପାଇଁ ରେଜିଷ୍ଟ୍ରେସନ ଆରମ୍ଭ କରିଥିଲା । ସେତେବେଳେ ସରକାରଙ୍କୁ ସହଯୋଗ କରିବା ପାଇଁ ମୁଁ ଆପଣମାନଙ୍କୁ ଅନୁରୋଧ କରିଥିଲି । ଆପଣମାନେ ସହଯୋଗ କଲେ। ଆମେ ପରିସ୍ଥିତିକୁ ଭଲ ଭାବରେ ନିୟନ୍ତ୍ରଣ କରିପାରିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ତା ପରେ ଆମ ରାଜ୍ୟପାଇଁ ଚ୍ୟାଲେଞ୍ଜ ହେଲା ନିଜାମୁଦିନ୍‌ରୁ ଫେରୁଥିବା ବନ୍ଧୁ ମାନଙ୍କ ଠିକ୍‌ ଭାବରେ ଯତ୍ନ ନେବା ।  ମୁଁ ସେତେବେଳେ ମଧ୍ୟ ପୁଣି ଥରେ ଆପଣମାନଙ୍କୁ ଅନୁରୋଧ କରିଥିଲି  । ଆପଣମାନେ ସହଯୋଗ କଲେ । ଯାହା ଫଳରେ ସେହି ପରିସ୍ଥିତିକୁ ମଧ୍ୟ  ଭଲ ଭାବରେ ନିୟନ୍ତ୍ରଣ କରିପାରିଲେ ।

- Advertisement -

ବର୍ତ୍ତମାନ ଆମ ପାଇଁ ସବୁଠୁ ଗୁରୁତ୍ଵପୂର୍ଣ୍ଣ ସମୟ କାରଣ ଦେଶର ସବୁଠାରୁ ଅଧିକ କରୋନା ସଂକ୍ରମିତ ରାଜ୍ୟ ମହାରାଷ୍ଟ୍ର, ଗୁଜୁରାଟ, ଦିଲ୍ଲୀ, ତାମିଲନାଡୁ, କର୍ଣ୍ଣାଟକ, ରାଜସ୍ଥାନ ଓ ପଶ୍ଚିମବଙ୍ଗରୁ ବହୁ ଓଡିଆ ଭାଇଭଉଣୀ ରାଜ୍ୟକୁ ଫେରିବେ। ସେମାନେ ଆମ ନିଜ ଘର ଲୋକ ବିପଦ ସମୟରେ ନିଜ ରାଜ୍ୟକୁ ଫେରୁଛନ୍ତି । ବିପଦ ସମୟରେ ହିଁ ମା’ ଓ ମାତୃଭୂମିକୁ ଆଗ ଆମ ମନକୁ ଆସିଥାଏ । ଏଣୁ ସୋମନେ ଫେରୁଛନ୍ତି । ସେମାନେ ସମସ୍ତେ ଆମର ପିଲାଛୁଆ, ଆମ ଭାଇଭଉଣୀ ଅଟନ୍ତି । ସେମାନଙ୍କ ଯତ୍ନ ନେବା ଆମର ଦାୟିତ୍ବ । ବାହାରୁ ଲୋକ ଆସିଲେ ପଜିଟିଭ ସଂଖ୍ୟା ବଢିପାରେ । ଏଣୁ ଏହି ସମୟରେ ଧର୍ଯ୍ୟହରା ନହୋଇ କିପରି ପରିସ୍ଥିତିକୁ ନିୟନ୍ତ୍ରଣ କରାଯାଇପାରିବ ସେଥିପ୍ରତି ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

ବାହାରୁ ଫେରୁଥିବା ଲୋକଙ୍କ ରେଜିଷ୍ଟ୍ରେସନ କରିବା । ସେମାନଙ୍କୁ କ୍ବାରେଣ୍ଟାଇନରେ ରଖିବାରେ ସରକାରଙ୍କୁ ପୁରା ସହଯୋଗ କରିବା । ଏହାଦ୍ବାରା ସେମାନେ ସୁସ୍ଥ ରହିବେ । ଆମ ପରିବାର ସୁସ୍ଥ ରହି​‌ଲେ ଆମ ସମାଜ ମଧ୍ୟ ସୁସ୍ଥ ରହିବ। ଆପଣମାନଙ୍କର ଟିକିଏ ହେଳା ସମସ୍ତଙ୍କୁ ବିପଦରେ ପକାଇ ପାରେ । ଏହା ହେଉଛି ଜୀବନ ଓ ମୃତ୍ୟୁର କଥା । ଏଣୁ ଏହି ସମୟରେ ଆମକୁ ସତର୍କ ରହିବାକୁ ପଡିବ । ରାଜ୍ୟରେ ମାତ୍ର ୧୦ ପ୍ରତିଶତ ଲୋକ ଲକ୍ ଡାଉନ କଟକଣା ମାନୁନଥିବା ଯାହା ପୂର୍ବରୁ ପୁଲିସ ପ୍ରଶାସନ ପକ୍ଷରୁ କୁହାଯାଇଥିଲା ସେଥିପ୍ରତି ମଧ୍ୟ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ମାତ୍ର ୧୦ ପ୍ରତିଶତ ଲୋକଙ୍କ ଭୁଲ ୧୦୦ ଗୁଣା ସମସ୍ୟା ବଢାଇପାରେ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଏହି ଲୋକମାନଙ୍କୁ ସହଯୋଗ ପାଇଁ ନିବେଦନ କରିଛନ୍ତି ।

ଓଡିଶାର ପରିସ୍ଥିତି ଅନ୍ୟ ରାଜ୍ୟମାନଙ୍କ ଠାରୁ ବହୁତ ଭଲ ଅଛି । ଆମେ ଯଦି ସରକାରଙ୍କ ନିୟମ ମାନି ଚଳିବା, ସରକାରଙ୍କୁ ପୁରା ସହଯୋଗ ଯୋଗାଇ ଦେବା, ତେବେ ଓଡିଶା କରୋନା ନିୟନ୍ତ୍ରଣ କରିବାରେ ସାରା ଦେଶରେ ଇତିହାସ ସୃଷ୍ଟି କରିପାରିବ ବୋଲି ମୁଖ୍ୟମନ୍ତ୍ରୀ ଭିଡିଓ ବାର୍ତ୍ତାରେ କହିଛନ୍ତି ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories