www.samajalive.in
Thursday, December 11, 2025
13.1 C
Bhubaneswar

ଫ୍ରାନ୍‌ସର ଲିଓନ୍‌ଠାରେ ୪୭ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାଗ ନେବାକୁ ଯାଉଥିବା ସ୍କିଲ୍‌ଡ୍ ଇନ୍ ଓଡିଶାର ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

  • ଭାରତର ୬୦ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ଓଡିଶାର ୧୫ଜଣ
  • ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ପାର୍ଥନା କରୁଛି, ଆପଣମାନେ ସମସ୍ତେ ବିଶ୍ୱକୁ ଚମତ୍କୃତ କରି ସେଠାରୁ ମେଡାଲ୍ ନେଇ ଆସନ୍ତୁ
  • ଆପଣମାନଙ୍କ ସଫଳତା ସିଧାସଳଖ ଭାବେ ବିକଶିତ ଓଡିଶାକୁ ପ୍ରତିଫଳିତ କରିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରୁ ଫ୍ରାନ୍‌ସର ଲିଓନ୍‌ଠାରେ ଅନୁଷ୍ଠିତ ହେଉଥିବା ୪୭ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାଗ ନେବାକୁ ଯାଉଥିବା ସ୍କିଲ୍‌ଡ୍ ଇନ୍ ଓଡିଶାର ପ୍ରତିଯୋଗୀମାନଙ୍କ ସହିତ ଆଭାସୀ ଜରିଆରେ କଥା ହୋଇ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଏହି ଅବସରରେ ପ୍ରତିଯୋଗୀମାନଙ୍କ ସହ କଥା ହୋଇ କହିଥିଲେ ଯେ, ସାଧାରଣ ପରିବାରରୁ ଆସିଥିଲେ ମଧ୍ୟ ଏହା ତୁମ ପ୍ରତିଭାର ପରିସ୍ପୁଟନ ପାଇଁ ଏକ ସୁଯୋଗ। ‘ସ୍କିଲ୍‌ଡ୍ ଇନ୍ ଓଡିଶା’ କାର୍ଯ୍ୟକ୍ରମ ହେଉଛି ଏକ ପ୍ରେରଣା, ଯାହା ଆମ ଯୁବବର୍ଗଙ୍କୁ ସଶକ୍ତ କରୁଛି ଏବଂ ନୂତନ ସୁଯୋଗର ଦ୍ୱାର ଖୋଲି ବିଶ୍ୱ ମାନଚିତ୍ରରେ ସ୍ଥାନିତ କରୁଛି। ଭାରତର ୬୦ଜଣ ପ୍ରତିଯୋଗୀ ଏଥିରେ ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି।

- Advertisement -

ତନ୍ମଧ୍ୟରୁ ଓଡିଶାର ୧୫ଜଣ ମନୋନୀତ ହେବା ଆମ ସମସ୍ତଙ୍କ ପାଇଁ ଖୁସିର କଥା। ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଭାରତ ପକ୍ଷରୁ ଆପଣମାନେ ପ୍ରତିନିଧିତ୍ୱ କରୁଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଖରେ ପାର୍ଥନା କରୁଛି, ଆପଣମାନେ ସମସ୍ତେ ବିଶ୍ୱକୁ ଚମତ୍କୃତ କରି ସେଠାରୁ ମେଡାଲ୍ ନେଇ ଆସନ୍ତୁ । ଆପଣମାନଙ୍କ ସଫଳତା ସିଧାସଳଖ ଭାବେ ବିକଶିତ ଓଡିଶାକୁ ପ୍ରତିଫଳିତ କରିବ ବୋଲି ସେ କହିଥିଲେ।

ଶିଳ୍ପ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ଭାରତର ୬୦ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ଏକ-ଚତୁର୍ଥାଂଶ ଓଡିଶାରୁ ହେବା ଆମ ପାଇଁ ସୌଭାଗ୍ୟର ବିଷୟ। ବିଭିନ୍ନ ଟ୍ରେଡ୍‌ରୁ ଆପଣମାନେ ଯାଉଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଆଶା କରୁଛୁ, ଆପଣମାନେ ସେଠାରେ ଭଲ ପ୍ରଦର୍ଶନ କରିବେ ବୋଲି ସେ କହିଥିଲେ।

ଏହି ୧୫ ଜଣିଆ ପ୍ରତିଯୋଗୀଙ୍କ ମଧ୍ୟରୁ ବରୁଣ ସାହୁ, ରାଜେନ୍ଦ୍ର ବିନ୍ଧାଣୀ, କାମିନୀ କୁମାରୀ ରାମ, ଦିଶା ଦର୍ଶିନୀ ଏବଂ ଅମରେଶ ସାହୁଙ୍କ ସହିତ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ନିକୁଞ୍ଜ ବିହାରୀ ଧଳ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଏନ୍.ବି.ଏସ୍ ରାଜପୁତ୍ ଏବଂ ନିର୍ଦ୍ଦେଶକ ରଶ୍ମିତା ପଣ୍ଡା ଉପସ୍ଥିତ ଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories