www.samajalive.in
Sunday, December 7, 2025
23.1 C
Bhubaneswar

ଜୁଲାଇ ପହିଲାରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଜୁଲାଇ ପହିଲାରୁ ଆରମ୍ଭ ହେବ। ଆଜି ଏ ନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ୨୦୨୪ ଜୁଲାଇ ୧ ତାରିଖ ପୂର୍ବାହ୍ନ ୧୧ଟାରୁ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

- Advertisement -

ଏହି ଅଭିଯୋଗ ଶୁଣାଣି ପାଇଁ ଜୁଲାଇ ପହିଲାରେ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜୀକରଣ କରାଯିବ। ଆଗ୍ରହୀ ବ୍ୟକ୍ତିମାନେ ଏହି ସମୟ ଅବଧି ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଉପସ୍ଥିତ ରହି ପଞ୍ଜୀକରଣ କରିପାରିବେ ଓ ଏହାପରେ ସେମାନଙ୍କ ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇ ପାରିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ  ସୂଚନାଯୋଗ୍ୟ ଯେ ଜୁଲାଇ ପହିଲାରୁ ପ୍ରତ୍ୟେକ ସୋମବାର ଅଭିଯୋଗ ଶୁଣାଣି ହେବ ବୋଲି ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦେଶ ଦେଇଥିଲେ।

ଏହାସହିତ ଜିଲାପାଳମାନେ ମଧ୍ୟ ଜିଲା ସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜୀକୃତ କରିବାକୁ କୁହାଯାଇଛି।

ସୂଚନାଯୋଗ୍ୟ, ପୂର୍ବରୁ ପ୍ରତ୍ୟେକ ସୋମବାର ବିଭାଗୀୟ ସଚିବ, ବିଭାଗୀୟ ମୁଖ୍ୟ ଓ ଜିଲାସ୍ତରରେ ଜିଲାପାଳ-ଆରକ୍ଷୀ ଅଧିକ୍ଷକ ଜନଅଭିଯୋଗର ଶୁଣାଣି କରୁଥିଲେ।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories