www.samajalive.in
Friday, December 12, 2025
27.1 C
Bhubaneswar

କୋରାପୁଟ ଓ ମାଲକାନଗିରି ଜିଲାର ବର୍ଷାଜନିତ କ୍ଷୟକ୍ଷତି ଏବଂ ଉପକୂଳ ଓଡ଼ିଶାର ଲଘୁଚାପ ବର୍ଷା ସତର୍କତା ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି । ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ ।

କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ ଏସ୍‌ଆର୍‌ସିଙ୍କ ସମେତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ। ଏଥି ସହିତ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରାକ୍‌ପ୍ରସ୍ତୁତି ସହ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ।

- Advertisement -

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରିର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲ୍ଲା ପ୍ରଶାସନକୁ ସହଯୋଗ ଦେବା ପାଇଁ ଅଗ୍ନିଶମ ସେବା ଓ ଗୃହରକ୍ଷୀ ବାହିନୀ ମହାନିର୍ଦ୍ଦେଶକ ଶ୍ରୀ ସୁଧାଂଶୁ ଷଡ଼ଙ୍ଗୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମାଲକାନଗିରି ଅଭିମୁଖେ ଗସ୍ତ କରିଛନ୍ତି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories