www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ଲୋକସେବା ଭବନ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଦୀର୍ଘ ପାଞ୍ଚ ଦଶନ୍ଧି ଧରି ପାର୍ଲାମେଣ୍ଟର ବିଭିନ୍ନ ଗୃହର ସଦସ୍ୟ ଥିବା ସ୍ବର୍ଗତ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ଦିବସରେ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ମନ୍ତ୍ରୀଗଣ ଏବଂ ବିଧାୟକ ମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୨୦୧୮ ମସିହା ଆଜିର ଦିନରେ ଏହି ସର୍ବମାନ୍ୟ ମହାନ୍ ଜନନାୟକ ସ୍ଵର୍ଗାରୋହଣ କରିଥଲେ।

- Advertisement -

ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ସମେତ ଅନେକ ବିଧାୟକ ଉପସ୍ଥିତ ଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories