ଭୁବନେଶ୍ଵର : ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ୯୬ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।
ଏହି ଅବସର ରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପଣ୍ଡିତ ଗୋପବନ୍ଧୁ ଏକା ଧାରାରେ ଜଣେ ଦେଶସେବକ, ଜନ ନାୟକ, ସ୍ୱାଧୀନତା ସଂଗ୍ରାମୀ, କବି, ଲେଖକ ଓ ଆଦର୍ଶ ଶିକ୍ଷକ ଥିଲେ। ସତ୍ୟବାଦୀରେ ପ୍ରତିଷ୍ଠିତ ମଣିଷ ତିଆରି କାରଖାନା ସତ୍ୟବାଦୀ ବନବିଦ୍ୟାଳୟ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବ । ଓଡ଼ିଆ ନବଯୁଗର ପ୍ରବର୍ତ୍ତକ ଥିଲେ
ଥିଲେ ଗୋପବନ୍ଧୁ ବୋଲି ସେ କହିଥିଲେ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଆ ଭାଷା ସାହିତ୍ୟର ପ୍ରତିଷ୍ଠା ପାଇଁ ତାଙ୍କ ଉଦ୍ୟମ ଚିର ସ୍ମରଣୀୟ। ଉତ୍କଳମଣି ଗୋପବନ୍ଧୁ ବାସ୍ତବିକ୍ ଥିଲେ ଯୁଗପୁରୁଷ, ପୂନ୍ୟଶ୍ଲୋକ ଓ ଦିନବନ୍ଧୁ ବୋଲି କହି ବନ୍ୟା, ବାତ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡ଼ିଶା ବାସୀ ଙ୍କୁ ସାହାଯ୍ୟ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଏହି ଅବସର ରେ ମୁଖ୍ୟମନ୍ତ୍ରୀ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ଏକ ପେଡ୍ ମା କେ ନାମ୍’ ଅଭିଯାନରେ ବିଧାନସଭା ପରିସରରେ ଏକ ରୁଦ୍ରାକ୍ଷ ଚାରା ରୋପଣ କରିଥଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ, ବାଚସ୍ପତି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ।



