www.samajalive.in
Saturday, December 13, 2025
21.1 C
Bhubaneswar

ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ମୁଖ୍ୟମନ୍ତ୍ରୀ; ରାଜ୍ୟବାସୀଙ୍କ ସୁଖ, ଶାନ୍ତି, ସମୃଦ୍ଧି ପାଇଁ ପ୍ରାର୍ଥନା କଲେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ସହଧର୍ମିଣୀ ଡା. ପ୍ରିୟଙ୍କା ମାରାଣ୍ଡି ମଧ୍ୟ ଉପସ୍ଥିତ ଥିଲେ। ପୂଜା ମଣ୍ଡପ ବୁଲିବା ପାଇଁ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ସକାଳେ ପୂଜା ମଣ୍ଡପ ଗୁଡ଼ିକ ପାଇଁ ଧାର୍ଯ୍ୟ ହୋଇଥିବା ସରକାରୀ ଦେୟ ଛାଡ଼ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀ ପ୍ରଥମେ ପୁରୁଣା ଭୁବନେଶ୍ୱରସ୍ଥିତ ପାଟଣା ସାହି ପୂଜାମଣ୍ଡପକୁ ଯାଇଥିଲେ। ଉଲ୍ଲେଖଯୋଗ୍ୟ ଯେ ଏହି ମଣ୍ଡପରେ ଚଳିତ ବର୍ଷ ୭୫ତମ ଶାରଦୀୟ ଦୁର୍ଗାପୂଜାର ଆୟୋଜନ କରାଯାଇଛି। ଏହା ପରେ ମୁଖ୍ୟମନ୍ତ୍ରୀ ସୁନ୍ଦରପଦା, ବରମୁଣ୍ଡା, ନୟାପଲ୍ଲୀ, ସହିଦନଗର, ରସୁଲଗଡ଼, ବମିଖାଲ, ଷ୍ଟେସନ୍‌ ବଜାର ଏବଂ ଲକ୍ଷ୍ମୀସାଗର (କଟକ ରୋଡ୍‌) ପୂଜାମଣ୍ଡପ ବୁଲି ଦେଖିବା ସହ ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ମା’ଙ୍କ ନିକଟରେ ପ୍ରାର୍ଥନ କରିଥିଲେ।

- Advertisement -

ଗଣମାଧ୍ୟମକୁ ବିବୃତି ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଜଗଜ୍ଜନନୀ ମା’ଦୁର୍ଗାଙ୍କ ଆଗମନରେ ଧରଣୀ ଉତ୍ସବମୁଖର ହୋଇଉଠିଛି । ଭୁବନେଶ୍ୱରର ବିଭିନ୍ନ ମଣ୍ଡପରେ ମହାସମାରୋହରେ ତଥା ଆକର୍ଷଣୀୟ ଭାବେ ମା’ଙ୍କ ପୂଜା ଅନୁଷ୍ଠିତ ହେଉଛି।

ଆଜି ଅଷ୍ଟମୀ ତିଥିରେ ମା’ଙ୍କ ଦର୍ଶନ କରି ମୁଁ ନିଜକୁ ଧନ୍ୟ ମନେ କରୁଛି। ମା’ଙ୍କ ନିକଟରେ ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ସୁଖ, ଶାନ୍ତି, ସମୃଦ୍ଧି ସହ ରାଜ୍ୟର ବିକାଶ ପାଇଁ ପ୍ରାର୍ଥନା କରିଛି। ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମା’ଦୁର୍ଗା ସମସ୍ତଙ୍କୁ ଆର୍ଶୀବାଦ ଦିଅନ୍ତୁ ବୋଲି ସେ କହିଥିଲେ। ଏହି ଅବସରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories