www.samajalive.in
Sunday, November 16, 2025
15.1 C
Bhubaneswar

ଫେବୃୟାରୀ ୩ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories