www.samajalive.in
Saturday, December 6, 2025
23.1 C
Bhubaneswar

ନିଯୁକ୍ତି ପାଇବେ ୧୬,୦୦୯ କନିଷ୍ଠ ଶିକ୍ଷକ : ଆଜି ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ୧୬,୦୦୯ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ (ଯୋଜନାଭିତ୍ତିକ) ନିଯୁକ୍ତ ହେବାକୁ ଯାଉଛନ୍ତି। ଆଜି( ଶନିବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏଥିପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମଠାରେ ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ଯୋଜନାଭିତ୍ତିକ)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ମାର୍ଗଦର୍ଶନ କରାଇବେ। କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମନୋନୀତ ୧୬,୦୦୯ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ ମଧ୍ୟରୁ ଅନୁଗୋଳ ଜିଲାରେ ୪୨୪, ବାଲେଶ୍ବରରେ ୬୦୦, ବରଗଡ଼ରେ ୪୭୯, ଭଦ୍ରକରେ ୨୬୦, ବଲାଙ୍ଗିରରେ ୧୦୮୦, ବୌଦ୍ଧରେ ୬୫, କଟକରେ ୮୯୩, ଦେବଗଡ଼ରେ ୨୧, ଢେଙ୍କାନାଳରେ ୫୮୩, ଗଜପତିରେ ୧୩, ଗଞ୍ଜାମରେ ୧୨୬୪, ଜଗତସିଂହପୁରରେ ୮୮, ଯାଜପୁରରେ ୮୭୨, ଝାରସୁଗୁଡ଼ାରେ ୩୮,କଳାହାଣ୍ଡିରେ ୮୧୧, କନ୍ଧମାଳରେ ୧୫୧, କେନ୍ଦ୍ରାପଡ଼ାରେ ୧୦୩୮, କେନ୍ଦୁଝରରେ ୧୩୨୯, ଖୋର୍ଦ୍ଧାରେ ୭୫୩, କୋରାପୁଟରେ ୯୨୨, ମାଲକାନଗିରିରେ ୫୫୫, ମୟୂରଭଞ୍ଜରେ ୮୨୭, ନବରଙ୍ଗପୁରରେ ୮୬୦, ନୟାଗଡ଼ରେ ୮୩, ନୂଆପଡ଼ାରେ ୨୨୧, ପୁରୀରେ ୭୩୩, ରାୟଗଡ଼ାରେ ୫୧୧, ସମ୍ବଲପୁରରେ ୨୧୮, ସୁବର୍ଣ୍ଣପୁରରେ ୧୫୭ ଏବଂ ସୁନ୍ଦରଗଡ଼ରେ ୧୬୦ ଜଣ ନିଯୁକ୍ତି ପାଇବାକୁ ଯାଉଛନ୍ତି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories