www.samajalive.in
Saturday, December 6, 2025
19.1 C
Bhubaneswar

୬ଟି ରାଜ୍ୟରେ କୋଭିଡ ପରିସ୍ଥିତି ଚିନ୍ତାଜନକ, କେବଳ ମହାରାଷ୍ଟ୍ରରେ ୧୪ ହଜାର ୩୧୭

ଦେଶର ବିଭିନ୍ନ ଭାଗରେ ଉଭୟ କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ଦ୍ୱାରା ବହୁବିଧ ପଦକ୍ଷେପ ଗ୍ରହଣ ଯୋଗୁଁ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ୬ଟି ରାଜ୍ୟରେ ପୁଣିଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ପରିଲକ୍ଷିତ ହୋଇଛି। ମହାରାଷ୍ଟ୍ର, କେରଳ, ପଞ୍ଜାବ, କର୍ଣ୍ଣାଟକ, ଗୁଜରାଟ ଏବଂ ତାମିଲନାଡୁରେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଛି। ଏହି ୬ଟି ରାଜ୍ୟରୁ ଗୋଟିଏ ଦିନରେ ୧୯ ହଜାର ୯୩୩ଟି ନୂଆ ସଂକ୍ରମଣ ଚିହ୍ନଟ ହୋଇଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି, ଦେଶରେ ମୋଟ କରୋନା ସଂକ୍ରମଣରେ ୮୫.୦୬ ପ୍ରତିଶତ ଏହି ୬ଟି ରାଜ୍ୟରୁ ଚିହ୍ନଟ କରାଯାଇଛି।

ମହାରାଷ୍ଟ୍ରରେ ୧୪ ହଜାର ୩୧୭ ନୂଆ ସଂକ୍ରମଣ ଚିହ୍ନଟ ହୋଇଥିବା ବେଳେ କେରଳରେ ୨ ହଜାର ୧୩୩ ଏବଂ ପଞ୍ଜାବରେ
୧ ହଜାର ୩୦୫ଟି ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ତେବେ ଦେଶରେ କରୋନା ନମୁନା ପରୀକ୍ଷା ୨୨କୋଟି ୪୯ ଲକ୍ଷ ୯୮ ହଜାର ୬୩୮ରେ ପହଞ୍ଚିଛି। ଓଡିଶା ସମେତ ୧୯ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଗତ ୩ ଦିନ ମଧ୍ୟରେ କରୋନା ସଂକ୍ରମଣରେ କାହାର ମୃତ୍ୟୁ ହୋଇ ନ ଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଦେଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories